କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର ଭାବେ ପରିଚିତ ଆନନ୍ଦପୁର ଉପଖଣ୍ଡର ‘ଦରଗୁଡ଼ିଶିଳା’। ଶୀତ ଋତୁର ଆଗମନରେ ସଜେଇ ହୋଇ ସାରିଛି ଦରଗୁଡ଼ିଶୀଳା। ବୈତରଣୀ ନଦୀ ଶଯ୍ୟାରେ ପାହାଡ଼ ଜଙ୍ଗଲ ଘେରା ପରିବେଶ ମଧ୍ୟରେ ଏହି ପର୍ଯ୍ୟଟନସ୍ଥଳୀ ପର୍ଯ୍ୟଟକଙ୍କୁ ବିଶେଷଭାବେ ଆକର୍ଷିତ କରିପାରୁଛି। ବଣଭୋଜି ପାଇଁ ଏଠାକୁ ଜିଲା ଓ ଜିଲା ବାହାର ଅଞ୍ଚଳରୁ ପର୍ଯ୍ୟଟକମାନଙ୍କ ଗହଳି ଲାଗିଥାଏ। ଏଠାକାର ପରିବେଶ ପର୍ଯ୍ୟଟକଙ୍କୁ ମତୁଆଲା କରୁଥିବା ବେଳେ ବୈତରଣୀ ନଦୀର ସ୍ବଚ୍ଛ ପାଣିରେ ଗାଧୋଇବା ନିଆରା ଅନୁଭୂତି ଦେଇଥାଏ। ନଦୀଶଯ୍ୟା ଉପର ପାହାଡ଼ରେ କୁହୁଡ଼ିର ଦୃଶ୍ୟ ଶୀତଳ ପରିବେଶରେ ପର୍ଯ୍ୟଟକ ଏହାକୁ ଏଠାକାର କଶ୍ମୀର ଭାବେ ବିବେଚନା କରୁଛନ୍ତି। ଏହି ପର୍ଯ୍ୟଟନସ୍ଥଳୀ ନିକଟରେ ବୈତରଣୀ ନଦୀରେ ୫ଶହ କୋଟି ଟଙ୍କା ବ୍ୟୟରେ ବିଦ୍ୟୁତ ଉତ୍ପାଦନ ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରକଳ୍ପ ଯୋଗୁ ଏହି ପର୍ଯ୍ୟଟନସ୍ଥଳୀର ଗୁରୁତ୍ୱ ପୂର୍ବ ଅପେକ୍ଷା ଯଥେଷ୍ଟ ବୃଦ୍ଧି ପାଇଛି। ୨୦ନମ୍ବର ଜାତୀୟ ରାଜପଥ ଘଷିପୁରାଠାରୁ ଘଟଗାଁ ତାରିଣୀ ଅଭିମୁଖେ ଯିବା ବାଟ କୋଳିମାଟି ପଞ୍ଚାୟତର କୁମଡ଼ ଛକରୁ ଡାହାଣ ପାର୍ଶ୍ୱକୁ ଜଙ୍ଗଲିଆ ରାସ୍ତାରେ ୧୬ କି.ମି. ପରେ ପଡ଼ିବ ଜିଲାର ଏହି ପ୍ରମୁଖ ପର୍ଯ୍ୟଟନସ୍ଥଳୀ ‘ଦରଗୁଡ଼ିଶିଳା’।

– ଜିତେନ୍ଦ୍ର ସାହୁ, ଘସିପୁରା


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri