Posted inଜାତୀୟ

କଶ୍ମୀର ନୁହେଁ, ଏବେ କେବଳ ପିଓକେ: ପାକିସ୍ତାନକୁ ରାଜନାଥଙ୍କ ଚରମବାଣୀ

କାଲ୍‌କା, ୧୯ା୮(ପି.ଟି./ଆଇଏଏନ୍‌ଏସ୍‌) :ଆତଙ୍କବାଦ ଉପରେ ଲଗାମ ନ ଲଗାଇବା ଯାଏ ପାକିସ୍ତାନ ସହ ଆଲୋଚନା ସମ୍ଭବ ନୁହେଁ। ଯଦି ଆଗକୁ କଥାବାର୍ତ୍ତା ହୁଏ ତାହା କେବଳ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)କୁ ନେଇ ହେବ। କଶ୍ମୀରକୁ ନେଇ ଆଲୋଚନାର ପ୍ରଶ୍ନ ଉଠୁନାହିଁ ବୋଲି ପଡ଼ୋଶୀ ଦେଶକୁ ଚରମବାଣୀ ଶୁଣାଇଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।
ରାଜନାଥ ହରିୟାଣାରେ ଭାଜପାର ଏକ କାର୍ଯ୍ୟକ୍ରମରେ ସମ୍ବୋଧିତ କରି ପାକିସ୍ତାନ ବିରୋଧରେ ସ୍ବର ଶାଣିତ କରିଛନ୍ତି। ପଡ଼ୋଶୀ ଦେଶକୁ ଟାର୍ଗେଟ କରି ସେ କହିଛନ୍ତି, ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଉପତ୍ୟକାର ବିକାଶ ପାଇଁ ଉଦ୍ଦିଷ୍ଟ। ହେଲେ ଇସ୍‌ଲାମାବାଦ ଏହି ପଦକ୍ଷେପକୁ ଭାରତର ଏକ ଭୁଲ୍‌ ବୋଲି ଦର୍ଶାଇ ଅନ୍ତର୍ଜାତୀୟ ସମୁଦାୟର କବାଟ ବାଡ଼ଉଛି। ପଡ଼ୋଶୀ ଯଦି ଆତଙ୍କବାଦୀଙ୍କୁ ସମର୍ଥନ ଦେବା ବନ୍ଦକରେ ତେବେ ଆଗକୁ ଆଲୋଚନା କେବଳ (୧୯୪୭ରୁ ପାକିସ୍ତାନ ବେଆଇନ ଭାବେ ଦଖଲ କରି ରଖିଥିବା) ପିଓକେକୁ ନେଇ ହେବ। ଭାରତ ବାଲାକୋଟ୍‌ଠାରୁ ବି ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ନେବାକୁ ଯାଉଛି ବୋଲି କିଛିଦିନ ତଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ତାଙ୍କ ଦେଶବାସୀଙ୍କୁ କହିଥିଲେ। ବାଲାକୋଟରେ ଭାରତ ପକ୍ଷରୁ ଏୟାରଷ୍ଟ୍ରାଇକ୍‌ କରାଯାଇଥିବା ନେଇ ପୂର୍ବରୁ ଖଣ୍ଡନ କରିଆସୁଥିବା ଇମ୍ରାନ୍‌ ଏବେ ଏହାକୁ ସ୍ବୀକାର କରିଥିବା ଏଥିରୁ ସ୍ପଷ୍ଟ ହେଉଛି ବୋଲି ରାଜନାଥ କହିଛନ୍ତି।
କଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନ ଚାରିଆଡ଼ୁ ହତାଶ ହେବା ପରେ ତା’ର ସବୁଦିନିଆ ବନ୍ଧୁ ଚାଇନାର ସହଯୋଗ ଲୋଡ଼ିଥିଲା। ଉପତ୍ୟକାକୁ ଜମ୍ମୁ ଓ କଶ୍ମୀର ଏବଂ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରାଯିବା ନିଷ୍ପତ୍ତିରେ କ୍ଷୁବ୍ଧ ଚାଇନା ଏହାକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)କୁ ଟାଣିଥିଲା। ଚାଇନାର ଅନୁରୋଧକ୍ରମେ ଶୁକ୍ରବାର ରାତି ୭ଟା ୩୦ରେ ୟୁଏନ୍‌ଏସ୍‌ସିର ସିକ୍ୟୁରିଟି କାଉନ୍‌ସିଲ୍‌ କନ୍‌ସଲ୍‌ଟେଶନ ରୁମ୍‌ରେ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିରେ ଅନୌପଚାରିକ ଭାବେ ଆଲୋଚନାବେଳେ ଅନ୍ୟ ୪ ସ୍ଥାୟୀ ସଦସ୍ୟ ଫ୍ରାନ୍ସ, ରୁଷିଆ, ବ୍ରିଟେନ ଓ ଆମେରିକା ଏବଂ ୧୦ ଅସ୍ଥାୟୀ ସଦସ୍ୟ ରାଷ୍ଟ୍ର ବେଲ୍‌ଜିଅମ୍‌, କୋଟେ ଡି’ଆଇଭରି, ଡୋମିନିକାନ୍‌ ରିପବ୍ଲିକ୍‌, ଇକ୍ୱେଟୋରିଆଲ ଗିନି, ଜର୍ମାନୀ, ଇଣ୍ଡୋନେସିଆ, କୁଏଟ୍‌, ପେରୁ, ପୋଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ଭାରତ ସପକ୍ଷରେ ମତ ଦେଇଥିଲେ। ଫଳରେ ପାକିସ୍ତାନ ଓ ଚାଇନା ଏକଘରିକିଆ ହୋଇଯାଇଥିଲେ। ଜାତିସଂଘରେ ନିରାଶ ହୋଇଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ନିକଟରେ କେବଳ ଭାରତ ବିରୋଧୀ ଟୁଇଟ୍‌ କରିବା ବ୍ୟତୀତ ଅନ୍ୟ କିଛି ବିକଳ୍ପ ନାହିଁ ବୋଲି କୁହାଯାଉଛି।
ପ୍ରକାଶ ଯେ, ଆସନ୍ତା ଅକ୍ଟୋବର ଆଡ଼କୁ ହରିୟାଣାରେ ବିଧାନସଭା ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ରାଜନାଥ କାଲ୍‌କାରେ ଭାଜପାର ଜନ ଆଶୀର୍ବାଦ ଯାତ୍ରାକୁ ଉଦ୍‌ଘାଟନ କରିଛନ୍ତି। ଏହି ଯାତ୍ରା ରାଜ୍ୟର ୯୦ ବିଧାନସଭା ଆସନ ଦେଇ ଅତିକ୍ରମ କରି ସେପ୍ଟେମ୍ବର ୮ରେ ରୋହତକ୍‌ରେ ଉଦ୍‌ଯାପନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri