କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବ

ଓ୍ବାଶିଂଟନ,୨୩ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଏହା କହିଛନ୍ତି। ଯଦି ଦୁଇ ଦେଶ ଚାହିଁବେ ତେବେ ସହାୟତା ପାଇଁ ପ୍ରସ୍ତୁତ ବୋଲି ସେ କହିଛନ୍ତି।
ଆମେରିକା ଗସ୍ତରେ ଯାଇଥିବା ଇମ୍ରାନ ଟ୍ରମ୍ପ୍‌ଙ୍କ ମନ୍ତବ୍ୟକୁ ସ୍ବାଗତ କରିଛନ୍ତି। ଯଦି ଟ୍ରମ୍ପ୍‌ ମଧ୍ୟସ୍ଥତା ପାଇଁ ରାଜି ତେବେ ୧୦୦ କୋଟିରୁ ଅଧିକ ଲୋକଙ୍କ ପ୍ରାର୍ଥନା ତାଙ୍କ ସହିତ ରହିଛି ବୋଲି ଇମ୍ରାନ୍‌ କହିଛନ୍ତି। ତେବେ କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ, ଏଥିରେ ତୃତୀୟ ପକ୍ଷର ସ୍ଥାନ ନାହିଁ ବୋଲି ଭାରତ ବାରମ୍ବାର କହିଆସୁଛି।
୨୦୧୬ ଜାନୁୟାରୀରେ ପଠାନକୋଟ୍‌ ଏୟାରବେସ୍‌ରେ ପାକିସ୍ତାନୀ ଆତଙ୍କବାଦୀଙ୍କ ଆକ୍ରମଣ ପରଠାରୁ ଭାରତ ଇସ୍‌ଲାମାବାଦ ସହ ଆଲୋଚନା ବନ୍ଦ ରଖିଛି। ଆତଙ୍କବାଦ ଓ ଆଲୋଚନା ଏକତ୍ର ଚାଲିପାରିବ ନାହିଁ ବୋଲି ନୂଆଦିଲ୍ଲୀ କହିଆସୁଛି।
ଇମ୍ରାନଙ୍କ ସହ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ କମାର ଜାଭେଦ ବାଜଓ୍ବା, ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ମୁଖ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଫୈଜ୍‌ ହମିଦ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ମେହମୁଦ୍‌ କୁରେଶି ଆମେରିକା ଯାଇଛନ୍ତି। ତେବେ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଇମ୍ରାନଙ୍କୁ ଆମେରିକା ପକ୍ଷରୁ ଆନୁଷ୍ଠାନିକ ସ୍ବାଗତ କରା ନ ଯିବା ତାଙ୍କ ପାଇଁ ଶକ୍ତ ଝଟ୍‌କା ବୋଲି କୁହାଯାଉଛି।
ଚଳିତ ବର୍ଷ ଫେବୃୟାରୀରେ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ତୀବ୍ର ହୋଇଥିଲା। ଫେବୃୟାରୀ ୨୬ରେ ଭାରତୀୟ ବାୟୁସେନା ଏୟାରଷ୍ଟ୍ରାଇକ୍‌ କରି ବାଲାକୋଟ୍‌ରେ ଥିବା ଜେଇଏମ୍‌ ପ୍ରଶିକ୍ଷଣ ଶିବିରକୁ ଧ୍ୱଂସ କରିଦେଇଥିଲା। ତା ପରଦିନ ପାକିସ୍ତାନୀ ବାୟୁସେନା ଭାରତର ମିଗ୍‌-୨୧ ଯୁଦ୍ଧବିମାନକୁ ଖସାଇବା ସହ ପାଇଲଟ ଅଭିନନ୍ଦନଙ୍କୁ କାବୁ କରିନେଇଥିଲା। ଅନ୍ତର୍ଜାତୀୟ ଚାପ ଫଳରେ ମାର୍ଚ୍ଚ ୧ରେ ଇସ୍‌ଲାମାବାଦ ଅଭିନନ୍ଦନଙ୍କୁ ଭାରତକୁ ହସ୍ତାନ୍ତର କରିଥିଲା।

ସ୍ବାଧୀନ ବେଲୁଚିସ୍ତାନ ସ୍ଲୋଗାନ

ଆମେରିକାର ଏକ ଇନ୍‌ଡୋର ଷ୍ଟାଡିୟମ୍‌ରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଉଦ୍‌ବୋଧନ ଦେଉଥିବାବେଳେ କେତେକ ବ୍ୟକ୍ତି ହଠାତ୍‌ ଛିଡ଼ାହୋଇ ସେଠାରେ ସ୍ବାଧୀନ ବେଲୁଚିସ୍ତାନ ସ୍ଲୋଗାନ ଦେଇଥିଲେ। ପାକିସ୍ତାନ ସୁରକ୍ଷା କର୍ମୀମାନେ ବେଲୁଚିସ୍ତାନରେ ମାନବାଧିକାର ଉଲ୍ଲଂଘନ କରିବା, ଅତ୍ୟାଚାର କରିବା ବିରୋଧରେ ସେମାନେ ମୁହଁ ଖୋଲିଥିଲେ। ପାକିସ୍ତାନ ବିରୋଧୀ ସ୍କୋଗାନ ଦେବା ପରେ ସେଠାରେ ନିୟୋଜିତ ସୁରକ୍ଷା କର୍ମୀମାନେ ସେମାନଙ୍କୁ ତଡ଼ି ଦେଇଥିଲେ। ଇମ୍ରାନଙ୍କ କେତେଜଣ ସମର୍ଥକ ମଧ୍ୟ ସେମାନଙ୍କୁ ଠେଲି ବାହାରକୁ ଚାଲିଯିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri