Posted inରାଜ୍ୟ

କଷ୍ଟମ ବିଭାଗ ଅଧିକାରୀଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜଣେ କଷ୍ଟମ ଅଧିକାରୀ ସୁନା ଯାଞ୍ଚବେଳେ ଧମକ ଦେଇ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ କଷ୍ଟମ ବିଭାଗ ଅଧିକାରୀଙ୍କ କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠିଛି। ସୂଚନା ମୁତାବକ, ତାମିଲନାଡୁର କୁପୁସ୍ୟାମୀ  ନାଗରାଜ ବ୍ୟାଙ୍କକ୍‌ରୁ ଏଫଡି୧୧୨ ନଂ. ବିଶିଷ୍ଟ ଫ୍ଲାଟ୍‌ରେ ଆସି ମଙ୍ଗଳବାର ରାତି ସାଢେ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ବିମାନବନ୍ଦରରେ କଷ୍ଟମ ବିଭାଗ ଅଧିକାରୀମାନେ ତାଙ୍କୁ ଯାଞ୍ଚ କରିଥିଲେ। କୁପୁସ୍ୟାମି ଆଣିଥିବା ସୁନାର ଖରିଦ ରସିଦ ସହ ଅନ୍ୟ କାଗଜପତ୍ର ଦେଖାଇଥିଲେ ମଧ୍ୟ ଜଣେ ଅଧିକାରୀ  ତାହା ଠିକ୍‌ ନ ଥିବା କହିଥିଲେ। ବିଭିନ୍ନ ଆଳ ଦେଖାଇ  ଧମକାଇ ତାଙ୍କଠାରୁ ୫ ହଜାର ଟଙ୍କା ଜରିମନା ଆଦାୟ କରିଥିଲେ। ଏପରିକି ଜରିମାନା ଟଙ୍କାର କୌଣସି ବୈଧ ରସିଦ ଉକ୍ତ ବିମାନ ଯାତ୍ରୀଙ୍କୁ ଦେଇ ନ ଥିଲେ। ଏ ନେଇ କୁପୁସ୍ୟାମୀଙ୍କ ପରିବାର ଓ ସମ୍ପର୍କୀୟମାନେ ଜାଣିବା ପରେ ସିଆର୍‌ପିଏଫ୍‌ ଅଫିସ ନିକଟରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ସିଆର୍‌ପିଏଫ୍‌ର ହସ୍ତକ୍ଷେପ ପରେ କଷ୍ଟମ ଅଧିକାରୀ ଜଣକ ୫ ହଜାର ଟଙ୍କା ଫେରାଇ ଦେଇଥିଲେ। ପରେ ଜିଏସ୍‌ଟିର ଅତିରିକ୍ତ କମିଶନର ସନ୍ତୋଷ ମହାନ୍ତି ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କଷ୍ଟମ ବିଭାଗର ସମ୍ପୃକ୍ତ ଅଧିକାରୀ ଜଣକ କହିଛନ୍ତି ଯେ, ବିମାନବନ୍ଦରରେ ସମସ୍ତ ଯାତ୍ରୀଙ୍କୁ ତନ୍ନତନ୍ନ କରି ଯାଞ୍ଚ କରାଯାଉଛି। କିନ୍ତୁ ଉକ୍ତ ଯାତ୍ରୀ ଜଣକ ଅସହଯୋଗ କରିଥିଲେ। କଡା ଯାଞ୍ଚ ହେବାରୁ ସେ ଏପରି ଅଭିଯୋଗ ଆଣିଥିବା ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri