Posted inରାଜ୍ୟ

କଷ୍ଟମ ବିଭାଗ ଅଧିକାରୀଙ୍କ ନାମରେ ଅଭିଯୋଗ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜଣେ କଷ୍ଟମ ଅଧିକାରୀ ସୁନା ଯାଞ୍ଚବେଳେ ଧମକ ଦେଇ ୫ ହଜାର ଟଙ୍କା ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପଦାକୁ ଆସିବା ପରେ କଷ୍ଟମ ବିଭାଗ ଅଧିକାରୀଙ୍କ କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ ଉଠିଛି। ସୂଚନା ମୁତାବକ, ତାମିଲନାଡୁର କୁପୁସ୍ୟାମୀ  ନାଗରାଜ ବ୍ୟାଙ୍କକ୍‌ରୁ ଏଫଡି୧୧୨ ନଂ. ବିଶିଷ୍ଟ ଫ୍ଲାଟ୍‌ରେ ଆସି ମଙ୍ଗଳବାର ରାତି ସାଢେ ୧୨ଟାରେ ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ବିମାନବନ୍ଦରରେ କଷ୍ଟମ ବିଭାଗ ଅଧିକାରୀମାନେ ତାଙ୍କୁ ଯାଞ୍ଚ କରିଥିଲେ। କୁପୁସ୍ୟାମି ଆଣିଥିବା ସୁନାର ଖରିଦ ରସିଦ ସହ ଅନ୍ୟ କାଗଜପତ୍ର ଦେଖାଇଥିଲେ ମଧ୍ୟ ଜଣେ ଅଧିକାରୀ  ତାହା ଠିକ୍‌ ନ ଥିବା କହିଥିଲେ। ବିଭିନ୍ନ ଆଳ ଦେଖାଇ  ଧମକାଇ ତାଙ୍କଠାରୁ ୫ ହଜାର ଟଙ୍କା ଜରିମନା ଆଦାୟ କରିଥିଲେ। ଏପରିକି ଜରିମାନା ଟଙ୍କାର କୌଣସି ବୈଧ ରସିଦ ଉକ୍ତ ବିମାନ ଯାତ୍ରୀଙ୍କୁ ଦେଇ ନ ଥିଲେ। ଏ ନେଇ କୁପୁସ୍ୟାମୀଙ୍କ ପରିବାର ଓ ସମ୍ପର୍କୀୟମାନେ ଜାଣିବା ପରେ ସିଆର୍‌ପିଏଫ୍‌ ଅଫିସ ନିକଟରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ସିଆର୍‌ପିଏଫ୍‌ର ହସ୍ତକ୍ଷେପ ପରେ କଷ୍ଟମ ଅଧିକାରୀ ଜଣକ ୫ ହଜାର ଟଙ୍କା ଫେରାଇ ଦେଇଥିଲେ। ପରେ ଜିଏସ୍‌ଟିର ଅତିରିକ୍ତ କମିଶନର ସନ୍ତୋଷ ମହାନ୍ତି ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କଷ୍ଟମ ବିଭାଗର ସମ୍ପୃକ୍ତ ଅଧିକାରୀ ଜଣକ କହିଛନ୍ତି ଯେ, ବିମାନବନ୍ଦରରେ ସମସ୍ତ ଯାତ୍ରୀଙ୍କୁ ତନ୍ନତନ୍ନ କରି ଯାଞ୍ଚ କରାଯାଉଛି। କିନ୍ତୁ ଉକ୍ତ ଯାତ୍ରୀ ଜଣକ ଅସହଯୋଗ କରିଥିଲେ। କଡା ଯାଞ୍ଚ ହେବାରୁ ସେ ଏପରି ଅଭିଯୋଗ ଆଣିଥିବା ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?