କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରିରେ ଦୂତୀ

ଭୁବନେଶ୍ୱର, ୧୦।୭ (ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତୀ ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରିରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର ଇଣ୍ଡିଆ ଏଡିଶନରେ ଦୂତୀ କଭର୍‌ ପେଜ୍‌ର ପୋଷ୍ଟର ଗାର୍ଲ ହେବାସହ ପତ୍ରିକାର ମୁଖ୍ୟପ୍ରସଙ୍ଗରେ ରହିଛନ୍ତି। ଚଳିତମାସର କସ୍‌ମୋପଲିଟାନ୍‌ ସଂସ୍କରଣରେ ଦୂତୀଙ୍କ ସମ୍ପୂର୍ଣ୍ଣ ଜୀବନ କାହାଣୀ ସ୍ଥାନ ପାଇଛି।
ଏହି ଖ୍ୟାତନାମା ଧାବିକା ଦୂତୀ ରନିଂ ଟ୍ରାକ୍‌ରେ ସ୍ପୋର୍ଟସ୍‌ ଓ୍ବେର୍‌ ପିନ୍ଧିବା ସହ ମଲ୍ଟିକଲର୍‌ ରଫଲ୍ଡ ଲେୟାର୍‌ଡ କେପ୍‌ରେ ପୋଜ୍‌ ଦେଇଛନ୍ତି। ଜଣେ କ୍ରୀଡାବିତ୍‌ ଭାବେ ସେ ନିଜକୁ କିଭଳି ଗଢି ତୋଳିଛନ୍ତି ଓ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କ ଜୀବନ କାହାଣୀକୁ ସେ ଏହି କଭର୍‌ ଷ୍ଟୋରି ମାଧ୍ୟମରେ କହିଛନ୍ତି। ଏହାସହ କିଛିଦିନ ତଳେ ସମଲିଙ୍ଗୀ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା ଦୂତୀଙ୍କ ନିଆରା ପ୍ରେମ କାହାଣୀକୁ ମଧ୍ୟ ଏଥିରେ ବର୍ଣ୍ଣନା କରାଯାଇଛି। ୨୦୧୮ ଏସିଆନ୍‌ ଗେମ୍‌ସରେ ଭାରତକୁ ଦୁଇଟି ରୌପ୍ୟ ପଦକ ଜିତାଇଥିବା ଦୂତୀ ଚାନ୍ଦଙ୍କୁ କସ୍‌ମୋପଲିଟାନ୍‌ ପକ୍ଷରୁ ‘ଇଣ୍ଡିଆସ୍‌ ସାଇନିଂ ଷ୍ଟାର୍‌ ଆଣ୍ଡ୍‌ ଫାଷ୍ଟ୍‌ ଓପନ୍‌ଲି-ଗେ ଆଥ୍‌ଲେଟ୍‌’ର ଆଖ୍ୟା ଦିଆଯାଇଛି। ଅର୍ଥାତ୍‌ ଭାରତର ଉଜ୍ଜ୍ୱଳ ତାରକା ଓ ପ୍ରଥମ ସମଲିଙ୍ଗୀ କ୍ରୀଡାବିତ୍‌ ଭାବେ ତାଙ୍କୁ ବର୍ଣ୍ଣନା କରାଯାଇଛି। ଗତ କିଛିମାସ ହେଲା ଦୂତୀ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ସେ ନିଜ ସମଲିଙ୍ଗୀ ସମ୍ପର୍କକୁ ସାଧାରଣରେ ଖୋଲାଖୋଲିଭାବେ ସ୍ବୀକାର କରିଛନ୍ତି। ଏହାଦ୍ୱାରା ଦୂତୀ କେବଳ ଟ୍ରାକ୍‌ ମଧ୍ୟରେ ଜଣେ କ୍ରୀଡାବିତ୍‌ ଭାବେ ନୁହେଁ, ବରଂ ଅନ୍ୟ ମହିଳା କ୍ରୀଡାବିତ୍‌ ଓ ସାଧାରଣ ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ଉଲ୍ଲେଖ କରାଯାଇଛି। ହାଇପର୍‌ଆଣ୍ଡ୍ରୋଜେନିଜିମ୍‌ ପାଇଁ ଇଣ୍ଟରନ୍ୟାଶନାଲ ଆସୋସିଏସଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ୍‌ସ(ଆଇଏଏଏଫ୍‌)ର ନିୟମ ମୁତାବକ ୨୦୧୪ରେ ଭାରତରେ ଅନୁଷ୍ଠିତ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିବା ପରେ ଦୂତୀ ବିଶେଷଭାବେ ଚାପଗ୍ରସ୍ତ ହୋଇଥିଲେ। ତେବେ କିଛିଦିନର ପ୍ରତୀକ୍ଷା ପରେ ପୁଣିଥରେ ଟ୍ରାକ୍‌କୁ ଫେରିଥିବା ଏହି ଲୋକପ୍ରିୟ ଧାବିକା ଅନ୍ତର୍ଜାତୀୟସ୍ତରରେ ଭାରତକୁ ଅନେକଥର ଗୌରବାନ୍ବିତ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri