କାଏମା ପଞ୍ଚାୟତର ବମ୍ଫୁ ଗ୍ରାମ ରାସ୍ତା: ଅସରାଏ ବର୍ଷାରେ ଜମୁଛି ପାଣି

ଧର୍ମଶାଳା,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅନ୍ତର୍ଗତ କାଏମା ପଞ୍ଚାୟତର ବମ୍ଫୁ ଗ୍ରାମର ମୁଖ୍ୟ ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଦୀର୍ଘଦିନ ଧରି ବର୍ଷା ପାଣି ଜମିରହୁଛି। ଫଳରେ ଗ୍ରାମବାସୀ ଯାତାୟାତରେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସ୍ଥାନୀୟ ତହସିଲ ଓ ବ୍ଲକରେ ଅଭିଯୋଗ କରାଯାଇଛି। କିନ୍ତୁ କୌଣସି ସୁଫଳ ମିଳିପାରି ନ ଥିବା କହିଛନ୍ତି। ଅସରାଏ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଲେଖାଏଁ ପାଣି ଚାଲୁଛି। ଏବେ ବର୍ଷା ଲାଗିରହିବାବେଳେ ରାସ୍ତା ଉପରେ ଦୀର୍ଘଦିନ ହେବ ପାଣି ଜମିବାରୁ ଦୁର୍ଗନ୍ଧ ବାହାରୁଛି। କେତେଜଣଙ୍କ ଘରକୁ ପାଣି ମଧ୍ୟ ପଶିଯାଉଛି। ରାତିରେ ରାସ୍ତାରେ ଲୋକେ ଯିବାକୁ ଭୟ କରୁଛନ୍ତି। ଅପରପକ୍ଷେ ପାଣିରେ ପଶି ଯାତାୟାତ କରିବା ଫଳରେ ଲୋକେ ନାନାଦି ରୋଗର ଶିକାର ହେଉଛନ୍ତି। ଡେଙ୍ଗୁ, ମ୍ୟାଲେରିଆ, ଝାଡା ଓ ବାନ୍ତି ରୋଗ ହେବାର ସମ୍ଭାବନା ମଧ୍ୟ ଦେଖାଦେଉଛି। ରାସ୍ତା ଦେଇ ନଳକୂପରୁ ପାଣି ଆଣିବା ପାଇଁ ମହିଳାମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମର କିଛି ମୁଷ୍ଟିମେୟ ଲୋକ ଜବର ଦଖଲ କରି ରାସ୍ତା ଉପରକୁ ମାଡ଼ି ଆସିଥିବାରୁ ପାଣି ନିଷ୍କାସନ ହୋଇ ପାରୁ ନ ଥିବା ଗ୍ରାମବାସୀ କହିଛନ୍ତି। ତହସିଲଦାର ଏଥିପ୍ରତି ଦୃଷ୍ଟିଦେବାକୁ ପାଣ୍ଡବ ନାୟକ, ଦନେଇ ମଳିକ, ମୁକ୍ତିକାନ୍ତ ନାୟକ, ଶରତ ନାୟକ, ଶିବ ମଳିକ, ଧ୍ରୁବ ମଳିକ, ଧୀର ମଳିକ, ସୁର ମଳିକ, ରମେଶ ମଳିକ ଓ କାର୍ତ୍ତିକ ନାୟକ ପ୍ରମୁଖ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri