Posted inପୁରୀ

କାକଟପୁର ଅଞ୍ଚଳ ହେଲା ବିଶୋଧନ

କାକଟପୁର,୧୮।୫(ଡି.ଏନ୍‌.ଏ.): ମହାମାରୀ କରୋନା ମୁକାବିଲା ପାଇଁ ଆରଏସ୍‌ଏସ୍‌ ଓ ଏବିଭିପି ମିଳିତ ଆନୁକୂଲ୍ୟରେ କାକଟପୁର ନଗର ଶାଖା ତରଫରୁ ସୋମବାର କାକଟପୁର ଅଞ୍ଚଳକୁ ବିଶୋଧନ କରାଯାଇଛି। କାର୍ଯ୍ୟକର୍ତ୍ତାମାନେ କାକଟପୁର ମା’ ମଙ୍ଗଳା ମନ୍ଦିରଠାରୁ ଆରମ୍ଭକରି ବଜାର, ପରିବା ହାଟ, ବିଭିନ୍ନ ଦୋକାର, ଏଟିଏମ୍‌, ମେଡିସିନ ଷ୍ଟୋର, କାକଟପୁର ଥାନାକୁ ବିଶୋଧନ କରିଥିଲେ। ଏହାସହ ଲୋକମାନଙ୍କୁ ସଚେତନ କରିବା ପାଇଁ ଜନଗହଳି ଜାଗାଗୁଡ଼ିକରେ ପୋଷ୍ଟର ମରାଯାଇ ନିଜ ନିଜ ଭିତରେ ଦୂରତା ରଖିବା ସହ ହାତକୁ ଭଲଭାବରେ ସାବୁନ୍‌ରେ ଧୋଇବା ପାଇଁ ସଚେତନ କରାଯାଇଛି। ଆରଏସ୍‌ଏସ୍‌ କାକଟପୁର କାର୍ଯ୍ୟବାହ ମନ୍ମଥ ସାହୁ, ଏବିଭିପିର ନଗର ଉପସଭାପତି ନିରଞ୍ଜନ ମୁଦୁଲି, ସଂଗ୍ରାମ କେଶରୀ ବିଶ୍ୱାଳ, ମଳୟ ରଞ୍ଜନ ଦାସ, ସ୍ମୃତିରଞ୍ଜନ ମଲ୍ଲିକ, ଜଗମୋହନ ଜେନା, ଜ୍ୟୋତିରଞ୍ଜନ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଅଧା ରହିଲା ଚିଲିକା ବୁଲା, ସଡ଼କ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ୨ ଗୁରୁତର

ପୁରୀ,୨୬।୧୨: ସକାଳୁ ସକାଳୁ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ବଳଙ୍ଗା-ନିମାପଡ଼ା ରାସ୍ତାର ନୂଆହାଟରେ ବାଇକକୁ ଧକ୍କା ଦେଲା ଅଜଣାଗାଡି । ତେବେ ଦୁର୍ଘଟଣାରେ ଜଣଙ୍କର...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri