ତେଲକୋଇ, ୨୮।୬(ଡି.ଏନ.ଏ.)- ତେଲକୋଇ ଅଞ୍ଚଳର ଆଦିବାସୀବହୁଳ ଅଞ୍ଚଳରେ ବିଜୁ ପକ୍କାଘର, ଇନ୍ଦିରା ଆବାସ ଯୋଜନା ଦିଗହରା ହୋଇପଡିଛି । ଏହି ଅଞ୍ଚଳରେ ଉକ୍ତ ଯୋଜନା କେବଳ କାଗଜପତ୍ରରେ ସଫଳତା ଲାଭ କରିଥିବା ବେଳେ ଅଧିକାଂଶ ଘର ଅଧାରେ ରହିଛି। ଜିଲା ପ୍ରଶାସନ ପକ୍ଷରୁ ବାରମ୍ବାର ତାଗିଦ ସତ୍ତ୍ୱେ ଉକ୍ତ ଗୃହ ନିର୍ମାଣ ହୋଇନାହିଁ। ବିଭାଗ ପକ୍ଷରୁ ୨୦୧୭-୧୮ ମସିହାରେ ଇନ୍ଦିରା ଆବାସ ଯୋଜନାରେ ୧୩୫୩ ପରିବାରକୁ ଘର ଦିଆଯାଇଥିବା ସତ୍ତ୍ୱେ ଏଥିରେ ବିଜୁ ପକ୍କାଘର ୨୭ ପରିବାରକୁ ଦିଆଯାଇଛି। ସେହିପରି ୨୦୧୮-୧୯ ମସିହାରେ ୧୨୫୯ ପରିବାର ସହିତ ୭୪ ପରିବାରକୁ ବିଜୁ ପକ୍କାଘର ଦିଆଯାଇଛି। ସେହିପରି ଉକ୍ତ ବର୍ଷ ନବନିର୍ମାଣ କୃଷକ ସଂଗଠନକୁ ୨୭୬ ପରିବାରର ଗୃହ ନିର୍ମାଣ ନିର୍ଦ୍ଦେଶ ରହିଛି। ୨୦୧୭ ମସିହାରୁ ଅଦ୍ୟାବଧି ମାତ୍ର ୩୦ ପ୍ରତିଶତ ଗୃହ ନିର୍ମାଣ ଶେଷ ହୋଇଥିବା ବେଳେ ୭୦ ପ୍ରତିଶତ ଅଧା ଅବସ୍ଥାରେ ଥିବା ଜଣାପଡିଛି। ଗୃହ ନିର୍ମାଣ ପାଇଁ ସମ୍ପୃକ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାରେ ଅର୍ଥ ପୈଠ ବ୍ୟବସ୍ଥା ରହିଛି। ତେବେ ହିତାଧିକାରୀ ଗୃହ ନିର୍ମାଣ କରିପାରୁ ନ ଥିବା ଯୋଗୁ ସ୍ଥାନୀୟ ଠିକାଦାରଙ୍କ ସହାୟତାରେ କାର୍ଯ୍ୟ କରାଯାଇଥାଏ। ହେଲେ ହିତାଧିକାରୀ ଓ ଠିକାଦାରଙ୍କ ମଧ୍ୟରେ ବିବାଦ ଯୋଗୁ ଗୃହ ନିର୍ମାଣ ସମ୍ପୂର୍ଣ୍ଣ ନ ହୋଇ ହିତାଧିକାରୀ ଅସହାୟ ଅବସ୍ଥାରେ ରହିଛନ୍ତି । ରାଜ୍ୟ ସରକାରଙ୍କ ଯୋଜନାକୁ ବ୍ଲକ ପ୍ରଶାସନ ତଥା ଯନ୍ତ୍ରୀଙ୍କ ମାଧ୍ୟମରେ କାର୍ଯ୍ୟ ହୋଇଥାଏ। ହିତାଧିକାରୀମାନେ ଯନ୍ତ୍ରୀଙ୍କ ଅବହେଳାକୁ ଦାୟୀ କରିଛନ୍ତି। ଏପରିସ୍ଥଳେ ଏହି ବ୍ଲକ ଦାୟିତ୍ୱରେ ଥିବା ବ୍ଲକ ପ୍ରୋଜେକ୍ଟ କୋଅର୍ଡିନେଟର ଆର.କେ. ପାତ୍ରଙ୍କୁ ପଚାରିବାରୁ ସେ କହିଲେ ଯେ, ଜିଲା ପ୍ରଶାସନର ନିର୍ଦ୍ଦେଶାନୁଯାୟୀ ତୁରନ୍ତ ଗୃହ କାର୍ଯ୍ୟ ଶେଷ କରିବାକୁ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା
ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…
ଜୁଆଆଡ୍ଡାରେ ଚଢ଼ାଉ: ପୋଲିସକୁ ଦେଖି ଦୌଡ଼ି ପଳାଉଥିଲେ, ୪ ଜୁଆଡ଼ିଙ୍କୁ ମାଡ଼ି ବସି…
ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଆଶ୍ୱିନ କୁମାର ପୂର୍ଣ୍ଣମୀ ଅବ୍ୟବହିତ ପୂର୍ବରୁ ୪ ଦିନ ମଧ୍ୟରେ ୩ଟି ଜୁଆଖେଳର ଅତର୍କିତ ଚଢ଼ାଉ କରି…
ସ୍କୁଲ ବସ୍ରେ ଲାଗିଲା ନିଆଁ, ଜାଣିଶୁଣି କେହି…
ନବରଙ୍ଗପୁର,୨୫ା୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ସ୍କୁଲ ପରିସରରେ ଥିବା ଏକ ଅବ୍ୟବହୃତ ବସ୍ରେ ନିଆଁ ଲାଗି ଜଳିଯାଇଛି। ବସ୍ଟି ହୁତୁହୁତୁ ହୋଇ…
ସ୍ବାସ୍ଥ୍ୟକେନ୍ଦ୍ର ଉଦ୍ଘାଟନ କଲେ ଏମ୍ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…
ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…
ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…
କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ
ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…
ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା
ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…
ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…
ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

