କାଗଜପତ୍ର ଜବତ କଲା ପୋଲିସ: ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଜାଲ ସାର୍ଟିଫେକେଟ ଦେଇ ଅନେକ ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାର ସମସ୍ତ ୨୨ ବ୍ଲକରେ ଏହାର ଖୋଳାତାଡ ଆରମ୍ଭ ହୋଇଛି । ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଶିକ୍ଷକ ଓ ଶିକ୍ଷା ସହାୟକମାନଙ୍କର ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ପ୍ରତି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ଟିମ ଦ୍ୱାରା ଯାଞ୍ଚ ହୋଇଥିଲା । ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ନାଁରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ଗୁରୁବାର ପୃଥକ ଭାବେ ଚମାଖଣ୍ଡି ଓ ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ପୋଲିସର ଟିମ୍‌ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦିନତମାମ ଏ ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିଛନ୍ତି। ଜାଲ୍‌ ଶିକ୍ଷକଙ୍କ ପ୍ରମାଣପତ୍ରର ନକଲ ପୋଲିସ ନେଇଛି । ଏଥିସହ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା କାର୍ଯ୍ୟାଳୟରେ ମଧ୍ୟ ପୋଲିସ ଯାଞ୍ଚ କରିବ ବୋଲି ଜଣାପଡିଛି ।
ଅନ୍ୟପକ୍ଷରେ ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପାଇଥିବା ୩ ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଥିବାରୁ ଗିରଫ ଭୟରେ ସେମାନେ ଫେରାର ଥିବା ସୂଚନା ମିଳିଛି । ଜାଲ ପ୍ରମାଣପତ୍ର ବୋଲି ବୋର୍ଡରୁ ଆସିବା ରିପୋର୍ଟକୁ ଆଧାର କରି ପି. ଲକ୍ଷ୍ମୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଜେ.ସୁକାନ୍ତୀ ରେଡ୍ଡୀଙ୍କୁ ଗତ ୨୮ ତାରିଖରେ ସମଗ୍ର ଶିକ୍ଷାର ଜିଲା ପ୍ରକଳ୍ପ ସଂଯୋଜିକା ବିନିତା ସେନାପତି ଚାକିରିରୁ ବହିଷ୍କୃତ କରିଥିଲେ। ପରେ ବହିଷ୍କୃତ ଶିକ୍ଷୟତ୍ରୀଙ୍କ ନାଁରେ ଚମାଖଣ୍ଡି ଥାନାରେ ଏତଲା ଦିଆଯାଇଥିଲା । ବହିଷ୍କୃତ ଶିକ୍ଷକ ମ୍ୟାଟ୍ରିକ୍‌ ପାଶ୍‌ କରି ନ ଥିବା ଏବଂ ତାଙ୍କର ପ୍ରମାଣପତ୍ର ଜାଲ୍‌ ବୋଲି ବୋର୍ଡରୁ ରିପୋର୍ଟ ଆସିଥିଲା। ସେହିପରି ଜାଲ ସାର୍ଟିଫିକେଟ ଦେଇଥିବା ଲୋକନାଥପୁର ପ୍ରାଥମିକ ସ୍କୁଲର ଜଣେ ଶିକ୍ଷକଙ୍କ ନାଁରେ ଛତ୍ରପୁର ଥାନାରେ ଏବଂ ସାନଆର୍ଯ୍ୟପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଶିକ୍ଷୟତ୍ରୀଙ୍କ ନାଁରେ ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନାରେ ଏତଲା ଦିଆଯାଇଥିଲା । ଉକ୍ତ ୨ ଶିକ୍ଷକ ଅନ୍ୟସ୍ଥାନରେ ନିଯୁକ୍ତି ପାଇଥିବା ଦର୍ଶାଇ ଚାକିରିରୁ ଇସ୍ତଫା ଦେଇସାରିଛନ୍ତି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯିବା ସହ ବିଭାଗୀୟ ଶୃଙ୍ଖଳାଗତ ପ୍ରୋସିଡିଂ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?