କାଗଜପତ୍ର ଜବତ କଲା ପୋଲିସ: ଜାଲ ସାର୍ଟିଫିକେଟ୍‌ ଦେଇ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଜାଲ ସାର୍ଟିଫେକେଟ ଦେଇ ଅନେକ ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଜଣାପଡ଼ିବା ପରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାର ସମସ୍ତ ୨୨ ବ୍ଲକରେ ଏହାର ଖୋଳାତାଡ ଆରମ୍ଭ ହୋଇଛି । ୨୦୧୧ ପରଠାରୁ ନିଯୁକ୍ତି ପାଇଥିବା ସମସ୍ତ ଜୁନିୟର ଶିକ୍ଷକ ଓ ଶିକ୍ଷା ସହାୟକମାନଙ୍କର ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ପ୍ରତି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ଟିମ ଦ୍ୱାରା ଯାଞ୍ଚ ହୋଇଥିଲା । ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପାଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ନାଁରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ଗୁରୁବାର ପୃଥକ ଭାବେ ଚମାଖଣ୍ଡି ଓ ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନା ପୋଲିସର ଟିମ୍‌ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦିନତମାମ ଏ ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିଛନ୍ତି। ଜାଲ୍‌ ଶିକ୍ଷକଙ୍କ ପ୍ରମାଣପତ୍ରର ନକଲ ପୋଲିସ ନେଇଛି । ଏଥିସହ ଛତ୍ରପୁରସ୍ଥିତ ସମଗ୍ର ଶିକ୍ଷା କାର୍ଯ୍ୟାଳୟରେ ମଧ୍ୟ ପୋଲିସ ଯାଞ୍ଚ କରିବ ବୋଲି ଜଣାପଡିଛି ।
ଅନ୍ୟପକ୍ଷରେ ଜାଲ୍‌ ପ୍ରମାଣପତ୍ର ଦେଇ ନିଯୁକ୍ତି ପାଇଥିବା ୩ ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦିଆଯାଇଥିବାରୁ ଗିରଫ ଭୟରେ ସେମାନେ ଫେରାର ଥିବା ସୂଚନା ମିଳିଛି । ଜାଲ ପ୍ରମାଣପତ୍ର ବୋଲି ବୋର୍ଡରୁ ଆସିବା ରିପୋର୍ଟକୁ ଆଧାର କରି ପି. ଲକ୍ଷ୍ମୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଜେ.ସୁକାନ୍ତୀ ରେଡ୍ଡୀଙ୍କୁ ଗତ ୨୮ ତାରିଖରେ ସମଗ୍ର ଶିକ୍ଷାର ଜିଲା ପ୍ରକଳ୍ପ ସଂଯୋଜିକା ବିନିତା ସେନାପତି ଚାକିରିରୁ ବହିଷ୍କୃତ କରିଥିଲେ। ପରେ ବହିଷ୍କୃତ ଶିକ୍ଷୟତ୍ରୀଙ୍କ ନାଁରେ ଚମାଖଣ୍ଡି ଥାନାରେ ଏତଲା ଦିଆଯାଇଥିଲା । ବହିଷ୍କୃତ ଶିକ୍ଷକ ମ୍ୟାଟ୍ରିକ୍‌ ପାଶ୍‌ କରି ନ ଥିବା ଏବଂ ତାଙ୍କର ପ୍ରମାଣପତ୍ର ଜାଲ୍‌ ବୋଲି ବୋର୍ଡରୁ ରିପୋର୍ଟ ଆସିଥିଲା। ସେହିପରି ଜାଲ ସାର୍ଟିଫିକେଟ ଦେଇଥିବା ଲୋକନାଥପୁର ପ୍ରାଥମିକ ସ୍କୁଲର ଜଣେ ଶିକ୍ଷକଙ୍କ ନାଁରେ ଛତ୍ରପୁର ଥାନାରେ ଏବଂ ସାନଆର୍ଯ୍ୟପଲ୍ଲୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲର ଜଣେ ଶିକ୍ଷୟତ୍ରୀଙ୍କ ନାଁରେ ଆର୍ଯ୍ୟପଲ୍ଲୀ ମେରାଇନ୍‌ ଥାନାରେ ଏତଲା ଦିଆଯାଇଥିଲା । ଉକ୍ତ ୨ ଶିକ୍ଷକ ଅନ୍ୟସ୍ଥାନରେ ନିଯୁକ୍ତି ପାଇଥିବା ଦର୍ଶାଇ ଚାକିରିରୁ ଇସ୍ତଫା ଦେଇସାରିଛନ୍ତି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯିବା ସହ ବିଭାଗୀୟ ଶୃଙ୍ଖଳାଗତ ପ୍ରୋସିଡିଂ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri