Posted inକଟକ

କାଜିହାଟ ମଦ୍ରାସାରେ ଇଦ୍‌ ପାଳିତ: ୧୫ ହଜାର ମୁସଲମାନଙ୍କ ସମୂହ ନମାଜ ପାଠ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ବିଭିନ୍ନ ମଦ୍ରାସା ଓ ମସ୍‌ଜିଦରେ ଇଦ୍‌ ପାଳିତ ହୋଇଛି। ଜୟରାମପୁର ପଞ୍ଚାୟତ କାଜିହାଟ ମଦ୍ରାସାରେ ୧୫ ହଜାର ମୁସଲମାନ ସମୂହ ନମାଜ ପାଠ କରିଛନ୍ତି। ପରେ ଏକ ମିଳନ ହୋଇଥିଲା। ଏଠାରେ ହିନ୍ଦୁ ମୁସଲମାନ ମିଳିମିଶି ଇଦ୍‌ ପାଳନ କରିଥାନ୍ତି । ମଦ୍ରାସାରେ ମୌଲାନା ନମାଜ ପାଠ କରାଇଥିଲେ। ଏହି ଅବସରରେ ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି ଅଶୋକ ଓଝା, ସରପଞ୍ଚ ମନୋରଞ୍ଜନ ସ୍ବାଇଁଙ୍କ ସମେତ ବହୁ ଲୋକପ୍ରତିନିଧି ଯୋଗ ଦେଇଥିଲେ ।
ସେହିଭଳି ଭାବେ ଜିଗ୍ନିପୁର ପଞ୍ଚାୟତ ବାବଲପୁର,ଆସୁରେଶ୍ୱର, ନେମାଳ,ନରେନ୍ଦ୍ରପୁର, ଦଉଦପୁର ଓ ନଗସପୁରରେ ଇଦ୍‌ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ...

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ।...

LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ...

ଝୁଲି ରହିଛି ୨ ଅଭିନେତାଙ୍କ ଭାଗ୍ୟ

କଟକ,୨୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ବିଜେଡି ଛାଡି ଭାଜପାରେ ଅଭିନେତା ଅରିନ୍ଦମ ରାଏ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ ଓ ଅନୁଭବ ମହାନ୍ତି ଯୋଗଦେଇଛନ୍ତି। ବିଜେଡି ଦଳ ଛାଡିବାରେ ସର୍ବପ୍ରଥମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri