କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ

ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଫରେଷ୍ଟଗାର୍ଡ ହେଲେ ଛତିଶ ଚନ୍ଦ୍ର ମହାନ୍ତ ଓ ବନ କର୍ମଚାରୀ ଜଣଙ୍କ ହେଲେ ଶତ୍ରୁଘନ ମହାନ୍ତ। ସୂଚନା ଅନୁଯାୟୀ, ଗୁରୁବାର ରାତିରେ ହାତୀ ଘଉଡ଼ାଇବା ପାଇଁ ବନ କର୍ମଚାରୀମାନେ ମହୁଲିଆ ରେଞ୍ଜକୁ ଯାଇଥିଲେ। ଶୁକ୍ରବାର ଭୋର ସମୟରେ ଫେରୁଥିବା ବେଳେ ମହୁଲିଆ ଛକ ନିକଟରେ ଏକ କାଠ ବୋଝେଇ ପିକଅପ ଭ୍ୟାନ ଦେଖିବାକୁ ପାଇଥିଲେ। ପରେ ଫରେଷ୍ଟ ଗାର୍ଡ ଓ ବନ କର୍ମଚାରୀ ଜଣଙ୍କ ଗାଡ଼ି ନିକଟକୁ ଗଲାବେଳକୁ ଗାଡ଼ିର ଚାଳକ ଓ ହେଲ୍‌ପର ଗାଡ଼ି ଛାଡ଼ି ଦୌଡି ପଳାଇ ଯାଇଥିଲେ। ଗାଡ଼ିରେ ବିପୁଳ ପରିମାଣର କାଠ ଥିବା ନେଇ ବାରିପଦା ବନ ବିଭାଗ କାର୍ଯ୍ୟାଳୟକୁ ଖବର ଦିଆଯାଇଥିଲା। ଏହାର କିଛି ସମୟ ପରେ କିଛି ବାଇକ୍‌ରେ ୧୦ରୁ ଊର୍ଦ୍ଧ୍ୱ ଯୁବକ ଆସି ଫରେଷ୍ଟ ଗାର୍ଡ ଛତିଶ ଓ ଶତ୍ରୁଘନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲେ। ପରେ କାଠ ବୋଝେଇ ଗାଡିକୁ ନେଇ ପଳାଇ ଯାଇଥିଲେ। ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ପିଆରଏମ୍‌ ମେଡିକାଲ୍‌ରେ ଭର୍ତ୍ତି କରାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟସୁସ୍ଥ ଥିବା ଜଣାପଡ଼ିଛି। ଏନେଇ ବାରିପଦା ରେଞ୍ଜର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri