କାଠମାଫିଆଙ୍କ ଆକ୍ରମଣରେ ୨ ବନ କର୍ମଚାରୀ ଆହତ

ବାରିପଦା ଅଫିସ, ୨୯ା୨- ମୟୂରଭଞ୍ଜ ଜିଲା ବାରିପଦା ରେଞ୍ଜ ଅଧୀନ ମହୁଲିଆଠାରେ କାଠମାଫିଆଙ୍କ ଆକ୍ରମଣରେ ଜଣେ ଫରେଷ୍ଟ ଗାର୍ଡ ଓ ବନ ବିଭାଗର ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ଆହତ ଫରେଷ୍ଟଗାର୍ଡ ହେଲେ ଛତିଶ ଚନ୍ଦ୍ର ମହାନ୍ତ ଓ ବନ କର୍ମଚାରୀ ଜଣଙ୍କ ହେଲେ ଶତ୍ରୁଘନ ମହାନ୍ତ। ସୂଚନା ଅନୁଯାୟୀ, ଗୁରୁବାର ରାତିରେ ହାତୀ ଘଉଡ଼ାଇବା ପାଇଁ ବନ କର୍ମଚାରୀମାନେ ମହୁଲିଆ ରେଞ୍ଜକୁ ଯାଇଥିଲେ। ଶୁକ୍ରବାର ଭୋର ସମୟରେ ଫେରୁଥିବା ବେଳେ ମହୁଲିଆ ଛକ ନିକଟରେ ଏକ କାଠ ବୋଝେଇ ପିକଅପ ଭ୍ୟାନ ଦେଖିବାକୁ ପାଇଥିଲେ। ପରେ ଫରେଷ୍ଟ ଗାର୍ଡ ଓ ବନ କର୍ମଚାରୀ ଜଣଙ୍କ ଗାଡ଼ି ନିକଟକୁ ଗଲାବେଳକୁ ଗାଡ଼ିର ଚାଳକ ଓ ହେଲ୍‌ପର ଗାଡ଼ି ଛାଡ଼ି ଦୌଡି ପଳାଇ ଯାଇଥିଲେ। ଗାଡ଼ିରେ ବିପୁଳ ପରିମାଣର କାଠ ଥିବା ନେଇ ବାରିପଦା ବନ ବିଭାଗ କାର୍ଯ୍ୟାଳୟକୁ ଖବର ଦିଆଯାଇଥିଲା। ଏହାର କିଛି ସମୟ ପରେ କିଛି ବାଇକ୍‌ରେ ୧୦ରୁ ଊର୍ଦ୍ଧ୍ୱ ଯୁବକ ଆସି ଫରେଷ୍ଟ ଗାର୍ଡ ଛତିଶ ଓ ଶତ୍ରୁଘନଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରି ଦେଇଥିଲେ। ପରେ କାଠ ବୋଝେଇ ଗାଡିକୁ ନେଇ ପଳାଇ ଯାଇଥିଲେ। ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ପିଆରଏମ୍‌ ମେଡିକାଲ୍‌ରେ ଭର୍ତ୍ତି କରାଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟସୁସ୍ଥ ଥିବା ଜଣାପଡ଼ିଛି। ଏନେଇ ବାରିପଦା ରେଞ୍ଜର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଟାଉନ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri