କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ଉଦ୍ଧାର

ନରାଜ, ୨୩।୧୦ (ଡି.ଏନ.ଏ.): ତ୍ରିଶୁଳିଆ ନିକଟରେ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ଉପରୁ କାଠଯୋଡ଼ି ନଦୀକୁ ଡେଇଁ ପଡିଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୧୬ ଘଣ୍ଟା ପରେ ତାଙ୍କୁ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ ଯୁବକଙ୍କ ନାମ ଦେବବ୍ରତ ମାଝି(୩୫)। ତାଙ୍କ ଘର ମୟୂରଭଞ୍ଜ ହୋଇଥିବାବେଳେ ସେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡକଣ ତଳସବର ସାହିରେ ମାଆବାପାଙ୍କ ସହ ରହୁଥିଲେ। ସେ ଗତ ୧୨ବର୍ଷହେବ ମାନସିକ ରୋଗୀ ଭାବେ ଚିକିତ୍ସାଧୀନ ଥିଲେ। ସୂଚନାଯୋଗ୍ୟ, ମଙ୍ଗଳବାର ରାତି ସାଢେ ୬ଟାରେ ଜଣେ ଯୁବକ କାଠଯୋଡି ନଦୀକୁ ଡେଇଁ ପଡିଥିଲେ। ବାଟରେ ଯାଉଥିବା ବାଇକ ଆରୋହୀମାନେ ଅଟକି ରହିଥିଲେ। ଖବରପାଇ ବାରଙ୍ଗ ଥାନା ପୋଲିସ ପହଞ୍ଚତ୍ ସେଠାରେ ଥିବା ବାଇକ୍‌(ନଂ.ଓଡି୦୨-କ୍ୟୁ-୪୫୮୨), ହେଲମେଟ, ମୋବାଇଲକୁ ଜବତ କରିବା ସହ ଅଗ୍ନିଶମ ବିଭାଗ ଓ ତାଙ୍କ ପରିବାରଙ୍କୁ ଖବର ଦେଇଥିଲେ। ପରେ ବାରଙ୍ଗ ଓ ସିଡିଏ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଆସି ନିଖୋଜ ହୋଇଥିବା ଯୁବକକୁ ଖୋଜାଖୋଜି କରିବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri