କାଠ ଚୋରାଚାଲାଣ ବେଳେ ରେଞ୍ଜରଙ୍କୁ ଆକ୍ରମଣ: ଜାଳିଦେଲେ ବନ ବିଭାଗ ଗାଡ଼ି

ବଇଣ୍ଡା,୨୭।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଧୀନ ଇଚ୍ଛାପୁର ଗ୍ରାମରେ ସୋମବାର ରାତିରେ ଚୋରାକାଠ ଧରପଗଡ଼ ବେଳେ ବନ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଛି। ୩ଜଣ କାଠ ମାଫିଆଙ୍କ ଆକ୍ରମଣରେ ହଣ୍ଡପା ରେଞ୍ଜର ଚୈତନ୍ୟ ବେହେରା ଆହତ ହୋଇଛନ୍ତି। ତାଙ୍କ ଗାଡିକୁ ମଧ୍ୟ ଜାଳି ଦିଆଯାଇଛି। ତେବେ ଆହତ ରେଞ୍ଜର ଅନ୍ୟ କର୍ମଚାରୀଙ୍କ ସହାୟତାରେ ଚୋରା କାଠ ସହ ଟ୍ରାକ୍ଟରକୁ ଜବତ କରିଛନ୍ତି। ଏ ନେଇ ରେଞ୍ଜର ବେହେରା ମଙ୍ଗଳବାର ହଣ୍ଡପା ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ. ୨୦୯/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ପୋଲିସ କହିଛି, ଏକ ଟ୍ରାକ୍ଟର (ନଂ. ଓଡି୧୯ଏଚ-୩୨୮୩)ରେ ୮ଟି ଶାଗୁଆନ ଗଣ୍ଡି ଚାରଖମଣରୁ ଲୁହାମୁଣ୍ଡା ଚୋରାଚାଲାଣ ହେଉଥିବା ଖବରପାଇ ରେଞ୍ଜର ବେହେରା ଓ ଫରେଷ୍ଟର ରଜନୀକାନ୍ତ ପଣ୍ଡା, ସଞ୍ଜୟ ବେହେରା, ଓ୍ବାଚର ପ୍ରଦୀପ ସାହୁ, ସତ୍ୟବାନ ସାହୁ ଏକ ଗାଡ଼ି (ନଂ.ଓଡି୧୯ଏଲ-୨୯୦୬)ରେ ଇଚ୍ଛାପୁର ଅଭିମୁଖେ ଯାଇଥିଲେ। ଇଚ୍ଛାପୁର ହାଇସ୍କୁଲ ନିକଟରେ ଉକ୍ତ ଟ୍ରାକ୍ଟରକୁ ପାଇଲଟିଙ୍ଗ କରି ଏକ ବାଇକ୍‌ରେ ଆସୁଥିବା ଲୁହାମୁଣ୍ଡା ଗ୍ରାମର ଜମ୍ବେଶ୍ୱର ପ୍ରଧାନ ଓ ଅନ୍ୟ ୨ ଜଣଙ୍କ ସହ ବନ କର୍ମଚାରୀଙ୍କ ମୁହାଁମୁହିଁ ହୋଇଥିଲା। କାଠ ବୋଝେଇ ଟ୍ରାକ୍ଟରକୁ ଛାଡିଦେବା ପାଇଁ ଜମ୍ବେଶ୍ୱର ଓ ତାଙ୍କ ସହଯୋଗୀମାନେ ବନ କର୍ମଚାରୀଙ୍କୁ କହିଥିଲେ। ଏଥିରେ ରେଞ୍ଜର ଅମଙ୍ଗ ହେବାରୁ ସମ୍ପୃକ୍ତ ୩ ଜଣ ରେଞ୍ଜରଙ୍କୁ ଆକ୍ରମଣ କରିବା ସହ ବାଇକ୍‌ ଡିକିରେ ରଖିଥିବା ପେଟ୍ରୋଲ ଆଣି ରେଞ୍ଜରଙ୍କ ଗାଡ଼ି ଉପରେ ଢାଳି ନିଆଁ ଲଗାଇ ଦେଇଥିଲେ। ପରେ ଚୋରା କାଠ ବୋଝେଇ ଟ୍ରାକ୍ଟରକୁ ଛାଡି ଫେରାର ହୋଇଯାଇଥିଲେ। ବନ ବିଭାଗ ଜବତ କରିଥିବା କାଠର ମୂଲ୍ୟ ଏକ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ଅନ୍ୟପକ୍ଷରେ ଜମ୍ବେଶ୍ୱର ଓ ସେମାନଙ୍କ ୨ ସହଯୋଗୀ ଫେରାର ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri