କାତାରରେ ଏଫ୍‌-୨୨ ଯୁଦ୍ଧବିମାନ

ଓ୍ବାଶିଂଟନ,୩୦ା୬(ଏଏଫ୍‌ପି): ଇରାନ-ଆମେରିକା ବିବାଦ ବଢ଼ିବାରେ ଲାଗିଛି। ପ୍ରଥମ ଥର ଲାଗି ଆମେରିକା କାତାରରେ ଏହାର ଏଫ୍‌-୨୨ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା ସ୍ବାର୍ଥର ସୁରକ୍ଷା ଲାଗି ଯୁଦ୍ଧବିମାନ ମୁତୟନ କରାଯାଇଥିବା ଏହାର ବାୟୁସେନା କେନ୍ଦ୍ରୀୟ ମିଲିଟାରୀ କମାଣ୍ଡ କହିଛନ୍ତି। କାତାର ଅଲ୍‌ ଉଦେଇଦ୍‌ ଏୟାରବେସ୍‌ ଉପରେ ୫ଟି ଲଢ଼ୁଆ ବିମାନ ଉଡୁଥିବା ଦେଖାଯାଇଛି। ଉପସାଗରୀୟ ଜଳରାଶିରେ ଉଡୁଥିବା ଆମେରିକାର ଏକ ଗୋଇନ୍ଦା ଡ୍ରୋନ୍‌କୁ ଇରାନ ଖସାଇଦେବା ପରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାରସ୍ୟ ଉପସାଗରରେ ତୈଳବାହୀ ଜାହାଜ ଉପରେ ହୋଇଥିବା ଆକ୍ରମଣ ପାଇଁ ଓ୍ବାଶିଂଟନ ତେହେରାନକୁ ଦାୟୀ କରିଥିଲା। ଆମେରିକା ଓ ଇରାନ ମଧ୍ୟରେ ବିବାଦ ଦିନକୁ ଦିନ ଅଧିକ ତୀବ୍ର ହେବାରେ ଲାଗିଛି। ଉଭୟ ଯୁଦ୍ଧ ଆଡ଼କୁ ଅଗ୍ରସର ହେଉଛନ୍ତି। ଡ୍ରୋନ ଖସାଇବା ପରେ ଇରାନ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସେନାକୁ ନିର୍ଦ୍ଦେଶ ଦେଇ ଶେଷ ମୁହୂର୍ତ୍ତରେ ପ୍ରତ୍ୟାହାର କରିନେଇଥିଲେ। ଏହା ପରେ ସେ ଇରାନ ଉପରେ ସାନି ଅର୍ଥନୈତିକ କଟକଣା ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri