କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର ପ୍ରଦର୍ଶନୀ କରାଯାଇଥିଲା। ଏଥିରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍ସି ୩୨୨୬ ସାଙ୍ଗକୁ ଆଇଆର୍ସି ୨୨୦୬ ଏବଂ ୨୦୦୬ ଏନ୍ ଫଟୋ କପିଅର ମେଶିନ ପ୍ରଦର୍ଶନ କରାଯାଇଥିଲ। ବିଶେଷକରି ସ୍କାନ୍ ଓ ପ୍ରିଣ୍ଟିଂ ପାଇଁ ଆବଶ୍ୟକ ଫଟୋକପି ମିଳିପାରେ। ସେହିଭଳି ଆଇଆର୍ସି ୩୨୨୬ ଏକ ମିନିଟ୍ରେ ୨୬ଟି ଫଟୋ କପି ପ୍ରଦାନ କରିବାରେ ସକ୍ଷମ ଥିବାବେଳେ କାନନ ୨୨୦୬ ୧ମିନିଟ୍ରେ ୨୨ଟି ଏବଂ କାନନ ୨୦୦୬ ଏନ୍ରେ ୨୦ଟି ଫଟୋ ପ୍ରିଣ୍ଟ ବାହାର କରାଯାଇପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି ସାଧାରଣ ପେପରଠାରୁ ଆରମ୍ଭକରି ଅଏଲ ପେପରରେ ମଧ୍ୟ ଅତି ଉଚ୍ଚମାନର ଫଟୋ ପ୍ରିଣ୍ଟ କରିପାରୁଛି। ଏଥିସହ ଏହା ଛୋଟ ବଡ଼ କପି ଦୋକାନ ସମେତ ବାଣିଜି୍ୟକ ପ୍ରତିଷ୍ଠାନ, ସ୍କୁଲ ଓ କୋଚିଂ ସେଣ୍ଟର ଭଳି ସ୍ଥାନରେ ବ୍ୟବହାର କରାଯାଇପାରିବ। ଏହି ମେଶିନ ସାହାଯ୍ୟରେ ଅତି କମ୍ ଖର୍ଚ୍ଚରେ ଉଭୟ ରଙ୍ଗିନ୍ ଓ କଳାଧଳା ଫଟୋ କପି ମିଳିପାରିବ। ଉକ୍ତ ମେଶିନ ସାହାଯ୍ୟରେ କମ୍ପ୍ୟୁଟର ଓ ଲାପ୍ଟପ୍ରେ ସଂଯୋଗ କରି ପ୍ରିଣ୍ଟି ମଧ୍ୟ ବାହାର କରାଯାଇପାରିବ। ଏହି ପରିପ୍ରେକ୍ଷୀରେ ଅମ୍ବିକାନାଥ ପରିଡ଼ା, ଜାନକୀନାଥ ପରିଡ଼ା, ହର୍ଷବର୍ଦ୍ଧନ ପରିଡ଼ା, ଅନିଲ କୁମାର ପଣ୍ଡା, ପ୍ରଭୁପ୍ରସାଦ ନନ୍ଦ, ଗୀତାଞ୍ଜଳି ରାୟ, ରେଖା ବେହେରା, ନୀଳମାଧବ ସାହୁ, ଆକାଶ ସାମନ୍ତରାୟ, ବିଭୂତିଭୂଷଣ ସିଂହ, ଗୌରାଙ୍ଗ ସେଠୀ, ସୌମ୍ୟରଞ୍ଜନ ଗୋଚ୍ଛାୟତ ଏବଂ ରାହୁଲ ଓରାମ ପ୍ରମୁଖ ଉପସ୍ଥିତ ଥିଲେ।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

