କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ

ଆସିକା,୨।୨(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଗୌଡ, ତାଙ୍କ ପୁଅ ସୂର୍ଯ୍ୟକାନ୍ତ ଓ ନାତି ବିଶ୍ୱଜିତା । ସେମାନଙ୍କୁ ଆସିକା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବ୍ରହ୍ମପୁର ବଡମେଡ଼ିକାଲ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ପୂର୍ଣ୍ଣଚନ୍ଦ୍ର ଓ ତାଙ୍କ ପଡ଼ୋଶୀଙ୍କ ମଧ୍ୟରେ ଘର କାନ୍ଥ ନିର୍ମାଣକୁ କେନ୍ଦ୍ରକରି ଗଣ୍ଡଗୋଳ ହୋଇଥିଲା। ଏ ନେଇ ପୂର୍ଣ୍ଣଚନ୍ଦ୍ରଙ୍କ ପରିବାର ଲୋକଙ୍କୁ ପଡ଼ୋଶୀ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ସୂର୍ଯ୍ୟକାନ୍ତଙ୍କ ସ୍ତ୍ରୀ ସୁଲତା ଆସିକା ଥାନାରେ ଅଭିଯୋଗ କରିଥିଲେ । ପୋଲିସ ରାତିରେ ଘଟଣାସ୍ଥଳରେ ପହଞ୍ଚି ପଡ଼ୋଶୀ ଧର୍ମୁ ଗୌଡ, ରାଜନ ଗୌଡ, ଅରବିନ୍ଦ ଗୌଡ, ଅଶୋକ ଗୌଡ ଓ ପିଣ୍ଟୁ ଗୌଡଙ୍କୁ ଗିରଫ କରି ମାରଣାସ୍ତ୍ର ଜବତ କରିଛି। ଏ ନେଇ ଥାନାରେ କେସ ନଂ. ୪୯/୨୦ରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri