କାନ୍ଥ ଭୁଶୁଡ଼ି ମହିଳା ଶ୍ରମିକଙ୍କ ଜୀବନ ଗଲା

ରାୟଗଡା ଅଫିସ, ୨୨।୬: ରାୟଗଡ଼ା ସହର ଗାନ୍ଧୀନଗରରେ ସୋମବାର ସକାଳେ ମାଟି କାନ୍ଥ ଭୁଶୁଡ଼ି ପଡିବାରୁ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ପାଟିଆ ସିଲକୁଣ୍ଡା ଗ୍ରାମର ମହେଶ୍ୱର ନାୟକଙ୍କ ସ୍ତ୍ରୀ ମିତେଲା ନାୟକ(୪୦)।
ପ୍ରକାଶ ଯେ, ଗାନ୍ଧୀନଗରରେ ଥିବା ଜଣେ ବ୍ୟକ୍ତିଙ୍କ ପୁରୁଣା ଘର ଭାଙ୍ଗିବା ପାଇଁ ଗୋଟିଏ ପରିବାରର ୮ଜଣ ଶ୍ରମିକ ଭାବେ କାମ କରୁଥିଲେ। ଦୀର୍ଘ ୨ ଦିନ ହେବ ଏହି କାର୍ଯ୍ୟ ଚାଲିଥିଲା। ତେବେ ସୋମବାର ହଠାତ୍‌ କାନ୍ଥ ଭୁଶୁଡ଼ି ପଡ଼ିବାରୁ ମିତେଲା ତଳେ ଚାପି ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଜିଲା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ।…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

ଦେବଗିରି ମହାବିଦ୍ୟାଳୟର ୧୫ତମ ପ୍ରତିଷ୍ଠା ଦିବସ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ କୋରାପୁଟ ସାଂସଦ ସପ୍ତଗିରି ଉଲାକା

କଲ୍ୟାଣସିଂହପୁର, ୭।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକସ୍ଥିତ ଦେବଗିରି ମହାବିଦ୍ୟାଳୟ ପରିସରରେ ୧୫ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କଲେଜ ପରିଚାଳନା…

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri