କାବୁଲରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ

କାବୁଲ,୩।୯: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ବିଳମ୍ବିତ ରାତିରେ ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶହେରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। କେତେଗୁଡ଼ିଏ ଅନ୍ତଃରାଷ୍ଟ୍ରୀୟ ସଂଗଠନର କାର୍ଯ୍ୟାଳୟ ଥିବା ସ୍ଥାନରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଗ୍ରୀନ ଭିଲେଜ୍‌ କମ୍ପାଉଣ୍ଡରେ ଏକ କାର ବୋମା ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ବହୁ ଦୂର ପର୍ଯ୍ୟନ୍ତ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା। ବିସ୍ଫୋରଣସ୍ଥଳରେ ୧୬ଜଣଙ୍କର ମୃତ୍ୟୁ ହୋଇଥିଲା। ଏଥିସହ ଶହେରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଲୋକଙ୍କୁ ପୋଲିସ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛି। ଏଥିପାଇଁ ତାଲିବାନ ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିଥିବା ବେଳେ ଏହା ତାହାର ତୃତୀୟ ଆକ୍ରମଣ ବୋଲି ଜଣାପଡ଼ିଛି। ୫ମାସ ଭିତରେ ଆମେରିକା ଆଫଗାନିସ୍ଥାନରୁ ପ୍ରାୟ ୫ହଜାର ସେନା ପ୍ରତ୍ୟାହାର କରିବା କଥା କହିବାର କିଛି ଘଣ୍ଟା ମଧ୍ୟରେ ଏହି ବିସ୍ଫୋରଣ ଘଟିଥିଲା ବୋଲି ଗୃହ ମନ୍ତ୍ରଣାଳୟର ମୁଖପାତ୍ର ନସରତ ରହମୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri