କାମରେ ଆସୁନି ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନ

ବାରିପଦା ଅଫିସ,୯ା୧୨- ରକ୍ତ ଅଭାବରୁ ରୋଗୀମାନେ ଯେଭଳି ମୃତ୍ୟୁବରଣ ନ କରନ୍ତି, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଯାନର ବ୍ୟବସ୍ଥା କରିଛନ୍ତି। ଷ୍ଟେଟ ବ୍ଲଡ ଟ୍ରାନ୍ସଫ୍ୟୁଜନ କାଉନସିଲ ଓ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବାରିପଦା ବ୍ଲଡ ବ୍ୟାଙ୍କ ସମେତ ରାଜ୍ୟର ୯ଟି ବ୍ଲଡ ବ୍ୟାଙ୍କକୁ ଏଭଳି ଯାନ ପ୍ରଦାନ କରାଯାଇଛି। ଯେକୌଣସି ସ୍ଥାନରେ ରକ୍ତଦାନ ଶିବିର ଆୟୋଜନ କରାଗଲେ ସେଠାକୁ ଏହି ଭ୍ରାମ୍ୟମାଣ ଯାନ ଯାଇ ରକ୍ତ ସଂଗ୍ରହ କରିବା ବ୍ୟବସ୍ଥା ରହିଛି। ଏହି ରକ୍ତ ସଂଗ୍ରହ ଯାନରେ ଦୁଇଟି ବେଡ ସାଙ୍ଗକୁ ଅତ୍ୟାଧୁନିକ ବ୍ୟବସ୍ଥା ରହିଛି। ଉକ୍ତ ଯାନର ମୂଲ୍ୟ ପ୍ରାୟ ୭୦ ଲକ୍ଷ ଟଙ୍କା ହେବ। ଗତ ନଭେମ୍ବର ମାସରେ ଏହି ଯାନ ବାରିପଦାକୁ ଆସିଥିଲେ ମଧ୍ୟ ଗାଡିର ରେଜିଷ୍ଟ୍ରେଶନ ହୋଇ ନ ଥିବାରୁ ଏହା କାମରେ ନ ଲାଗି ସ୍ଥାନୀୟ ବ୍ଲଡ ବ୍ୟାଙ୍କ ପରିସରରେ ପଡ଼ି ରହିଛି। ଦୀର୍ଘ ଦିନ ହେଲା ଏହା ପଡ଼ି ରହିଥିବାରୁ ମେଶିିନ ଓ ଅନ୍ୟ ସାମଗ୍ରୀ ଖରାପ ହୋଇଯିବାର ଆଶଙ୍କା ରହିଛି। ଏ ଦିଗରେ ସ୍ବାସ୍ଥ୍ୟ ବିଭାଗ ଧ୍ୟାନ ଦେଇ ତୁରନ୍ତ ଗାଡ଼ିର ରେଜିଷ୍ଟ୍ରେଶନ କରି ଏହାକୁ କାର୍ଯ୍ୟକ୍ଷମ କରିବା ସକାଶେ ଅଞ୍ଚଳବାସୀ ଦାବି କରିଛନ୍ତି। ତେବେ ଗାଡ଼ିର ରେଜିଷ୍ଟ୍ରେଶନ ପାଇଁ ଆବଶ୍ୟକ କାଗଜପତ୍ର ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟକୁ ପଠାଯାଇଛି ବୋଲି ବ୍ଲଡ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri