କାମରେ ଆସୁନି ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ

ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି ।
ସୂଚନା ଅନୁସାରେ, ୨୦୧୮ ମସିହାରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ତରଫରୁ ୩ଲକ୍ଷ ୩୦ ହଜାର ୯୫ ଟଙ୍କା ବ୍ୟୟ ଅଟକଳରେ ଏହି ପ୍ରକଳ୍ପ ସ୍ଥାପନ ହୋଇଥିଲା । ପ୍ରକଳ୍ପର କ୍ଷମତା ୯୦୦ ଡବ୍ଲ୍ୟୁପି ଥିବା ବେଳେ ୧ ଏଚପି ମୋଟର ସାହାଯ୍ୟରେ ଦୈନିକ ୮ହଜାରରୁ ୧୦ ହଜାର ଲିଟର ପାନୀୟ ଜଳ ଲୋକମାନଙ୍କୁ ଦେବା ପାଇଁ ଫଳକରେ ଲେଖାଯାଇଛି । ଉକ୍ତ ପ୍ରକଳ୍ପ ପାଇଁ ନୂତନ ଗଭୀର ନଳକୂପ ଖନନ କରାଯାଇ ତହିଁରୁ ଜଳ ଉତ୍ତୋଳନ କରି ଟ୍ୟାପ ମାଧ୍ୟମରେ ଲୋକମାନଙ୍କୁ ଜଳ ଯୋଗାଣ କରାଯିବା କଥା । କିନ୍ତୁ ତାହା କରା ନ ଯାଇ ଉକ୍ତ ପ୍ରକଳ୍ପ ନିକଟରେ ଥିବା ଏକ ପୁରୁଣା ନଳକୂଅରୁ ଜଳ ଉତ୍ତୋଳନ ପାଇଁ ପାଇପ ଲାଗିଥିବା ବେଳେ ଟ୍ୟାପ ଯୋଗେ ପାଣି ନେବାର କୌଣସି ବ୍ୟବସ୍ଥା ନାହିଁ । ବରଂ ଗ୍ରାମବାସୀ ନଳକୂଅ ହ୍ୟାଣ୍ଡେଲ ମାରି ପାଣି ନେଉଥିବା ଦେଖିବାକୁ ମିଳିଛି । ଫଳରେ ଜନସାଧାରଣ ପିଇବା ପାଣି ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ଅନ୍ୟପକ୍ଷରେ ଉକ୍ତ ପ୍ରକଳ୍ପ ପାଇଁ ନୂଆ ନଳକୂପ ଖନନ ନିୟମ ଥିବା କୁହାଯାଉଥିବା ବେଳେ ପୁରୁଣା ନଳକୂପକୁ ବ୍ୟବହାରରେ ଲଗାଇ ନୂଆ ନଳକୂଅର ବିଲ ହଡପ କରାଯାଇଥାଇପାରେ ବୋଲି ମନମୁଣ୍ଡା ମଣ୍ଡଳ ଭାଜପା ସଭାପତି ନିରଞ୍ଜନ କର୍ଣ୍ଣ କହିଛନ୍ତି । ଟ୍ୟାପ ଯୋଗେ ଜଳ ଯୋଗାଣ କରାଯାଉ ନ ଥିବାରୁ ପ୍ରକଳ୍ପର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହୋଇପାରୁ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଖଟଖଟିଆ ପଞ୍ଚାୟତର ଷାଣ୍ଢପାଲିରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି । ଏ ସମ୍ପର୍କରେ କଣ୍ଟାମାଳ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଜେଇ ପ୍ରଦୀପ ଜେନାଙ୍କୁ ଫୋନ କରାଯାଇଥିଲା । ମାତ୍ର ସେ ଜିଲାପାଳଙ୍କ ସହ ମିଟିଂରେ ଥିବା କହି ଫୋନ କାଟି ଦେବାରୁ ତାଙ୍କ ମତାମତ ନିଆଯାଇପାରିନାହିଁ ।
–ମହିଳାମାନେ ନଳକୂଅରୁ ପାଣି ସଂଗ୍ରହ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri