କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ସଫେଇ ଦିଆଯାଉଛି। ଏହି ଜିଲାର ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ଡରେ ବ୍ୟାପକ ଜଙ୍ଗଲ ରହିଥିଲେ ମଧ୍ୟ ଏହାର ସୁରକ୍ଷା ଠିକ୍‌ ଭାବେ ହୋଇପାରୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି । ଏହି ବନ୍ୟପ୍ରାଣୀ ବନଖଣ୍ଡ ଅନ୍ତର୍ଗତ ଦେଓଗାଁ ରେଞ୍ଜର ବରିପାଳ ଫରେଷ୍ଟ ବିଟ୍‌ ରହିଛି। ସେଠାରେ କୌଣସି କର୍ମଚାରୀ ପାଦ ପକାଉ ନ ଥିବାରୁ ଏବେ ଏହା ଭୂତକୋଠି ପାଲଟିଥିବା ଲୋକେ ଅଭିଯୋଗ କରୁଛନ୍ତି।
ଉଲ୍ଲେଖନୀୟ ଯେ, ୨୦୦୩ରେ ଆନନ୍ଦପୁରକୁ ବନ୍ୟପ୍ରାଣୀ ବନଖଣ୍ଡ ଅଞ୍ଚଳର ମାନ୍ୟତା ମିଳିଲା। ଏହାର ଦୀର୍ଘ ବର୍ଷ ପୂର୍ବରୁ ଜଙ୍ଗଲ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ବିଭାଗ ପକ୍ଷରୁ ବିଟ୍‌ ଓ ଚେକନାକା ପଏଣ୍ଟମାନ ଖୋଲା ଯାଇ ବନ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା। ବରିପାଳଠାରେ ସେ ସମୟରୁ ଏହି ବିଟ୍‌ ଖୋଲାଯାଇଥିଲା। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି ବିଟ୍‌ ସମ୍ପୂର୍ଣ୍ଣ ଜରାଜୀର୍ଣ୍ଣ ହୋଇପଡ଼ିଛି। ବିଟ୍‌ରେ ରହିବାଠାରୁ ନଳକୂପ ବସାଯିବା ସାଙ୍ଗକୁ ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଦେଓଗାଁ ରେଞ୍ଜ ମୁଖ୍ୟ କାର୍ଯ୍ୟାଳୟର ମାତ୍ର ୮କି.ମି. ଦୂରରେ ଥିବା ଏହି ବିଟ୍‌ ରେବଣା ଓ ଅଟେଇ ସଂରକ୍ଷିତ ଜଙ୍ଗଲର ସୁରକ୍ଷା ପାଇଁ ଉଦ୍ଦିଷ୍ଟ। ଏଠାରେ ବିଟ୍‌ ଓ ଚେକନାକା ପଏଣ୍ଟ ବନ୍ଦ ଥିବାରୁ କାଠଚୋରମାନେ ଏହାର ଭରପୂର ସୁଯୋଗ ଉଠାଉଛନ୍ତି । ସେମାନେ ଜଙ୍ଗଲରୁ ଦୈନିକ ଗଛ କାଟି କାଠ ଓ ଅନ୍ୟ ମୂଲ୍ୟବାନ ଜଙ୍ଗଲଜାତ ଦ୍ରବ୍ୟ ବେଧଡ଼କ ଭାବେ ଚୋରାଚାଲାଣ କରୁଛନ୍ତି। ଏହା ଜିଲାର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ କାଠଚୋରଙ୍କ ମୁକାବିଲା ସମ୍ଭବ ହେଉ ନ ଥିବା କୁହାଯାଉଛି। ଉଭୟ ପୋଲିସ ପ୍ରଶାସନ ଓ ବନ ବିଭାଗର ମିଳିତ ଉଦ୍ୟମରେ ଏହି ବିଟ୍‌କୁ କାର୍ଯ୍ୟକ୍ଷମ କରାଯିବା ସହ ପାଟ୍ରୋଲିଂ ଓ ଚେକିଂ କାର୍ଯ୍ୟ କରାଯିବା ସକାଶେ ଅଞ୍ଚଳବାସୀ ଦାବି କରି ଆସୁଛନ୍ତି। ହେଲେ ଏଥିପ୍ରତି କାହାର ନଜର ପଡୁ ନ ଥିବା ପରିବେଶବିତ ଯୁବରାଜ ଜେନା କହିଛନ୍ତି। ଏ ସମ୍ପର୍କରେ ରେଞ୍ଜର ସୁରେନ୍ଦ୍ର ହେମ୍ବ୍ରମଙ୍କୁ ପଚାରିବାରୁ ବିଟ୍‌ରେ ଆବଶ୍ୟକ ଗାର୍ଡ ପଦବୀ ଖାଲି ପଡିଥିବାରୁ ସମସ୍ୟା ଉପୁଜିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?