କାମରେ ଲାଗୁନି ସ୍ଲଟର ହାଉସ

କେନ୍ଦୁଝର, ୧୯ା୫ (ସ୍ବ.ପ୍ର.)-କେନ୍ଦୁଝର ସହରରେ ଏଣେତେଣେ ମାଂସ ଓ ମାଛ ଦୋକାନ ଖୋଲିଥିବାରୁ ସହରର ପରିବେଶ ପ୍ରଦୂଷିତ ହେବାକୁ ଲାଗିଛି ା ଏହାର ପ୍ରତିକାର କରିବା ସହ ସହ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସହର ଠାରୁ ଦୂରରେ ଢାଙ୍ଗରପଡା ଠାରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟରେ ସ୍ଲଟର ହାଉସ ନିର୍ମାଣ କରାଯାଇଛି ା ପ୍ରତ୍ୟେକ ସ୍ଲଟର ହାଉସ କମ୍ପ୍ଲେକ୍ସର ନିର୍ମାଣ ଖର୍ଚ୍ଚ ୧୦ ଲକ୍ଷ ୪୦ ହଜାର ୫୦୦ ଟଙ୍କା ରହିଥିବା ବେଳେ ୫ ଟି କମ୍ପ୍ଲେକ୍ସ ନିର୍ମାଣ କରାଯାଇଛି ା ପ୍ରତ୍ୟେକ କମ୍ପ୍ଲେକ୍ସରେ ୫ ଟି ଦୋକାନ ଘର ରହିଛି ା ଏହି ସ୍ଲଟର ହାଉସ କମ୍ପ୍ଲେକ୍ସ ନିର୍ମାଣ କାର୍ଯ୍ୟ ୨୦୧୮ ମସିହା ଅଗଷ୍ଟ ମାସ ରେ ଶେଷ ହୋଇଥିଲେ ହେଁ ଅଦ୍ୟାବଧି କାର୍ଯ୍ୟକାରୀ ହେଉନଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଅନ୍ୟ ପକ୍ଷରେ ଏହି ସବୁ ଘର ସବୁ ଗୋଦାମ ଘର ଭାବରେ ଜଣେ ବିଦ୍ୟୁତ କରଣ କାମ କରୁଥିବା ଠିକାଦାରକୁ ଦିଆଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଫଳରେ ବ୍ୟବହାର ହେବା ପୂର୍ବରୁ ନଷ୍ଟ ହେବାକୁ ବସିଛି ା ଏହି ସ୍ଲଟର ହାଉସ ଗୁଡିକ ଢାଙ୍ଗରପଡା ଶ୍ମଶାନ ନିକଟରେ ନିର୍ମାଣ କରାଯାଇଥିବାରୁ ଏହାକୁ ନେଇ ପୂର୍ବରୁ ଅସନ୍ତୋଷ ଦେଖାଦେଇଆସୁଛି। ସେହିପରି ଏହି ସ୍ଲଟର ହାଉସ କୁ ନିର୍ମାଣ ହୋଇଥିବା କଂକ୍ରିଟ ରାସ୍ତା ନିମ୍ନ ମାନର ହୋଇଥିବା ଅଭିଯୋଗ ହେଉଛି ା ତେବେ ଏହି ସବୁ ଘର କେବେ ବଣ୍ଟନ ହେବ ଏବଂ କେବେଠାରୁ ଏଠାରେ ମାଛମାଂସ ଦୋକାନୀ ଆସି ବିକ୍ରି ଆରମ୍ଭ କରିବେ ସେ ନେଇ ସଠିକ ତଥ୍ୟ କାହାପାଖରେ ନ ଥିବାରୁ ଏହା କାର୍ଯ୍ୟକାରୀ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri