କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା ଏବଂ ଶିକ୍ଷା ବ୍ୟବସ୍ଥା ଭିତ୍ତିଭୂମି ବୁଲି ଦେଖିଥିଲେ।
ମାନ୍‌ସୀ ସିଂ ପ୍ରଥମେ କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ପହଞ୍ଚତ୍ ସ୍କୁଲର ସଫଳତା, ଅଭାବ ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହ ନବନିର୍ମିତ ଅଟଳ ଟିଙ୍କରିଙ୍ଗ୍‌ ଲ୍ୟାବ ବୁଲି ଦେଖିଥିଲେ। ଲବୋରେଟୋରିରେ ଛାତ୍ରୀଛାତ୍ରଙ୍କ ବ୍ୟବହାରିକ ଜ୍ଞାନକୁ ଅନୁଧ୍ୟାନ କରିଥିଲେ। ପିଲାଙ୍କ ସହ ସ୍ବଳ୍ପ ସମୟ ଭାବ ବିନିମୟ କରି ସେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାପରେ ଜିରିଡ଼ାମାଳି ଗସ୍ତ କରି ବିଦ୍ୟୁତ୍‌ ବିଭାଗ ଦ୍ବାରା ନବନିର୍ମିତ ପାଓ୍ବାର ଗ୍ରୀଡ୍‌ ଦେଖିଥିଲେ। ଏହାର ଉପଯୋଗିତା ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀଙ୍କୁ ପୁଙ୍ଖାନୁପୁଙ୍ଖ ପଚାରି ବୁଝିଥିଲେ। ଶେଷରେ କଙ୍କଡ଼ାହାଡ଼ ବ୍ଲକ ମହାବିରୋଡ଼ ଗସ୍ତ କରି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନୁଦାନରେ ନିର୍ମିତ ରାସ୍ତା ଦେଖିଥିଲେ।
ଅଧିକାରୀଙ୍କ ଏହି ଗସ୍ତ ସମୟରେ ଜିଲା ପ୍ରକଳ୍ପ ନିର୍ଦେଶକଙ୍କ କାର୍ଯ୍ୟକ୍ରମ ଅଧିକାରୀ ବି. ମୋହନ ରାଓ, ଜିଲା ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ଅଧିକାରୀ ପ୍ରଜ୍ଞାପାରମିତା ଦାସ, ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ନଳିନୀଶଙ୍କର ରଥ, ସରପଞ୍ଚ ଚିତ୍ତରଞ୍ଜନ ସେଠୀ, ହାଇସ୍କୁଲ ପରିଚାଳନା କମିଟି ସଭାପତି ସତ୍ୟଜିତ୍‌ ରାଉତ, ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri