କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ, ରାସ୍ତା ଏବଂ ଶିକ୍ଷା ବ୍ୟବସ୍ଥା ଭିତ୍ତିଭୂମି ବୁଲି ଦେଖିଥିଲେ।
ମାନ୍‌ସୀ ସିଂ ପ୍ରଥମେ କାନପୁରା ପଞ୍ଚାୟତିରାଜ ଉଚ୍ଚ ବିଦ୍ୟାଳୟରେ ପହଞ୍ଚତ୍ ସ୍କୁଲର ସଫଳତା, ଅଭାବ ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ। ଏଥିସହ ନବନିର୍ମିତ ଅଟଳ ଟିଙ୍କରିଙ୍ଗ୍‌ ଲ୍ୟାବ ବୁଲି ଦେଖିଥିଲେ। ଲବୋରେଟୋରିରେ ଛାତ୍ରୀଛାତ୍ରଙ୍କ ବ୍ୟବହାରିକ ଜ୍ଞାନକୁ ଅନୁଧ୍ୟାନ କରିଥିଲେ। ପିଲାଙ୍କ ସହ ସ୍ବଳ୍ପ ସମୟ ଭାବ ବିନିମୟ କରି ସେ ସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାପରେ ଜିରିଡ଼ାମାଳି ଗସ୍ତ କରି ବିଦ୍ୟୁତ୍‌ ବିଭାଗ ଦ୍ବାରା ନବନିର୍ମିତ ପାଓ୍ବାର ଗ୍ରୀଡ୍‌ ଦେଖିଥିଲେ। ଏହାର ଉପଯୋଗିତା ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀଙ୍କୁ ପୁଙ୍ଖାନୁପୁଙ୍ଖ ପଚାରି ବୁଝିଥିଲେ। ଶେଷରେ କଙ୍କଡ଼ାହାଡ଼ ବ୍ଲକ ମହାବିରୋଡ଼ ଗସ୍ତ କରି ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନୁଦାନରେ ନିର୍ମିତ ରାସ୍ତା ଦେଖିଥିଲେ।
ଅଧିକାରୀଙ୍କ ଏହି ଗସ୍ତ ସମୟରେ ଜିଲା ପ୍ରକଳ୍ପ ନିର୍ଦେଶକଙ୍କ କାର୍ଯ୍ୟକ୍ରମ ଅଧିକାରୀ ବି. ମୋହନ ରାଓ, ଜିଲା ସର୍ବଶିକ୍ଷା ଅଭିଯାନର ପ୍ରକଳ୍ପ ଅଧିକାରୀ ପ୍ରଜ୍ଞାପାରମିତା ଦାସ, ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ନଳିନୀଶଙ୍କର ରଥ, ସରପଞ୍ଚ ଚିତ୍ତରଞ୍ଜନ ସେଠୀ, ହାଇସ୍କୁଲ ପରିଚାଳନା କମିଟି ସଭାପତି ସତ୍ୟଜିତ୍‌ ରାଉତ, ପ୍ରଧାନ ଶିକ୍ଷକ ଶ୍ରୀରାମ ରାଉତଙ୍କ ସମେତ ବହୁ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri