କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟ: ଟର୍ଚ୍ଚ ଲାଇଟ୍‌ରେ ଚିକିତ୍ସା ଅଭିଯୋଗ

କାମାକ୍ଷାନଗର,୨୭ା୧୨ (ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା କିପରି ଚାଲିଛି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟରେ ଜେନେରେଟର ଓ ଇନଭର୍ଟର ବ୍ୟବସ୍ଥା ରହିଥିଲେ ବି କର୍ତ୍ତୃପକ୍ଷଙ୍କ ଉଦାସୀନତା କାରଣରୁ ରାତିରେ ବିଦ୍ୟୁତ୍‌ ବିଚ୍ଛିନ୍ନ ବେଳେ ଜଣେ ରୋଗୀଙ୍କ ଦେହରେ ଅନ୍ଧାରରେ ରକ୍ତ ଲଗାଯାଇଥିବା ଅଭିଯୋଗ ହୋଇଛି। ଦିନତମାମ ବିଦ୍ୟୁତ୍‌ ନ ଥିବାରୁ ରୋଗୀ ହଇରାଣ ହୋଇଥିଲେ। ସନ୍ଧ୍ୟାରେ କାମାକ୍ଷାନଗର ବାଉଁଶପାଳ ଚୂଲିଆ ଗ୍ରାମର ରୋଗୀ ସୁକେଶ ଦେହୁରୀ (୬୦)ଙ୍କ ରକ୍ତ ଆବଶ୍ୟକତା ପଡ଼ିଥିଲା। ଫଳରେ ଅନ୍ଧାର ସତ୍ତ୍ୱେ ତାଙ୍କୁ ରକ୍ତ ଦିଆଯାଇଥିଲା। ଏହି ସମୟରେ ପରିବାର ଲୋକେ ଟର୍ଚ୍ଚ ମାରି ଜଗି ବସିଥିବା ଦେଖାଯାଇଥିଲା। ଏ ନେଇ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଧିକାରୀ ଡା.ରତ୍ନାକର ସାମଲଙ୍କ ସହ ଯୋଗାଯୋଗ ସମ୍ଭବ ନ ହେବାରୁ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri