Posted inଭଦ୍ରକ

କାମ ଆରମ୍ଭରୁ ଭାଙ୍ଗିଲା ଗ୍ରୀଡ୍‌ ସବ୍‌ଷ୍ଟେଶନ ପାଚେରି

ବନ୍ତ, ୭।୮ (ଡି.ଏନ.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଅନ୍ତର୍ଗତ ରାମକୃଷ୍ଣପୁର ପଞ୍ଚାୟତ ଗୋପାଳସାହିସ୍ଥିତ କପାଳି ନଦୀ କୂଳରେ ଓପିଟିସିଏଲ୍‌(ଓଡ଼ିଶା ପାୱାର ଟ୍ରାନ୍ସମିସନ୍‌ କରର୍ପୋରେସନ ଲିଃ) ପକ୍ଷରୁ ଜାପାନ ଇଣ୍ଟରନ୍ୟାଶନାଲ ଏଜେନ୍ସି ଅଧୀନରେ ୨/୫୦୦ ଏମ୍‌ଭିଏ ଆଇସିଟି/୪୦୦/୨୨୦ ଜିଆଇଏସ୍‌ଗ୍ରୀଡ୍‌ ସବ୍‌ଷ୍ଟେଶନ ନିର୍ମାଣ ନେଇ ୨୦୧୮ରେ ତତ୍କାଳନୀ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଦ୍ୱାରା ଶିଳାନ୍ୟାସ କରାଯାଇଥିଲା। ପ୍ରାଥମିକ ପର୍ଯ୍ୟାୟରେ ଏହାର ପାଚେରି କାମ ଚାଲିଥିବା ବେଳେ ନିମ୍ନମାନର କାମ ଯୋଗୁ ନିକଟରେ ପାଚେରି କାନ୍ଥ ଭାଙ୍ଗି ଖସି ପଡ଼ିଛି। ଭୁବନେଶ୍ୱରସ୍ଥିତ ଏକ ଠିକାଦାରୀ ସଂସ୍ଥା ଦ୍ୱାରା ଏହି କାମ ଚାଲିଛି। ବିଭାଗୀୟ ଯନ୍ତ୍ରୀଙ୍କ ଦ୍ୱାରା ନିର୍ମାଣ କାର୍ଯ୍ୟର ତଦାରଖ କରାଯାଉ ନ ଥିବାରୁ ମନୋମୁଖି ଭାବେ କାମ ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। କୋଟି କୋଟି ଟଙ୍କାର ଏହି ପ୍ରକଳ୍ପ କାର୍ଯ୍ୟ ଠିକ୍‌ ଭାବେ କରାଯିବାକୁ ସେମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ନେସ୍କୋ କନିଷ୍ଠ ପରିଚାଳକ ମନୋରଞ୍ଜନ ସାହୁଙ୍କୁ ପଚାରିବାରୁ ଏହା ଓପିଟିସିଏଲ୍‌ର କାମ ହୋଇଥିବାରୁ ସେ କିଛି କହିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri