Categories: ଜାତୀୟ

କାମ ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ, ୩୧।୫: ଲଗାତର ଦ୍ୱିତୀୟଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ କାମ ଆରମ୍ଭ କରିଛନ୍ତି ନରେନ୍ଦ୍ର ମୋଦି। ଶୁକ୍ରବାର ହାଇଦ୍ରାବାଦ ହାଉସରେ ସେ ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ସିରିସେନା ଏବଂ ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ୍‌ କୁମାରଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି। ଏହାସହ ପଡୋଶୀ ଦେଶ ନେପାଳ ପ୍ରଧାନମନ୍ତ୍ରୀ କେପି ଓଲି, ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଅବଦୁଲ ହମିଦ୍‌ ଏବଂ ଭୂଟାନ ପ୍ରଧାନମନ୍ତ୍ରୀ ଡ. ଲୋଟେ ଶେରିଙ୍ଗ୍‌ଙ୍କୁ ମଧ୍ୟ ମୋଦି ଭେଟିବାର କାର୍ଯ୍ୟକ୍ରମ ରହିଛି।

Share