କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ ଟଙ୍କା ବିଲ୍‌ ମିଳିଛି। ବଳକା ୧ଲକ୍ଷ ଟଙ୍କା ଦିଆଯାଇନାହିଁ। ସେ ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ ଦୌଡ଼ିବା ସହ ଯନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସ୍ଥାନୀୟ ପ୍ରଶାସନ ଏବଂ ସ୍ଥାନୀୟ ଲୋକପ୍ରତିନିଧିମାନଙ୍କୁ ଗୁହାରି କରି ନୟାନ୍ତ ହେଲେଣି, ହେଲେ ସୁଫଳ ମିଳୁନି। ଏବେ ମଜୁରୀ ପାଇଁ ତାଙ୍କ ଦୁଆରେ ଲୋକେ ବସୁଛନ୍ତି ବୋଲି ଠିକା କାର୍ଯ୍ୟ କରିଥିବା ଅରୁଣ ଦିଗାଳ କହିଛନ୍ତି। ଶ୍ରମିକ ମାନଙ୍କ ଅର୍ଥ ପରିଶୋଧ କରିବାକୁ ସେ ନିଜେ ଏବେ ଦାଦନ ଖଟିବାକୁ କେରଳ ଯିବାକୁ ପ୍ରସ୍ତୁତ ହେଉଥିବା କହିଛନ୍ତି।
ଏନେଇ ଦାସିଂବାଡିର ଯନ୍ତ୍ରୀ ସରୋଜ ପ୍ରଧାନଙ୍କ ସହ ଯୋଗାଯୋଗ କରିବାରୁ ସେ ନିଜ ମୁଣ୍ଡରୁ ଦୋଷ ଖସାଇ କହିଛନ୍ତି ଯେ, ପୂର୍ବରୁ ଯେଉଁ ଯନ୍ତ୍ରୀ ଉକ୍ତ କାର୍ଯ୍ୟର ତଦାରଖ କରୁଥିଲେ ସେହି ସମୟରେ ସେ ଉକ୍ତ କୋଠାର ଛାତ ପଡ଼ିବା ପୂର୍ବରୁ ଲୁହାରଡ଼ ବନ୍ଧା ଯାଉଥିବାବେଳେ ତାହାର ଫଟୋ ଉଠାଇନାହାନ୍ତି। ଏଣୁ ନିୟମ ପ୍ରକାରେ ଏହାର ତଦନ୍ତ କରାଯାଇ ବିଲ୍‌ ପୈଠ କରାଯିବାକୁ ପଦକ୍ଷେପ ନିଆଯିବ।
ସୂଚନାଯୋଗ୍ୟଯେ ଉକ୍ତ ଯୋଜନାରେ ଗତ ୨୦୧୮-୧୯ ଆର୍ଥିକ ବର୍ଷରେ ୨ଲକ୍ଷ ଟଙ୍କା ଅନୁଦାନ ଆସିଥିବାବେଳେ କାର୍ଯ୍ୟ ଶେଷ ହୋଇ ଦୀର୍ଘଦିନ ହେଲାଣି ଏହାର ବିଲ୍‌ ମିଳୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

ଦୁର୍ଘଟଣାଗ୍ରସ୍ତ ହେଲା ନା ଅନ୍ୟ କିଛି? କରାଚୀ ନିକଟରେ ମଝି ଆକାଶରେ ନିଖୋଜ ହୋଇଗଲା ପାକିସ୍ତାନୀ ବିମାନ

କରାଚୀ,୮।୭: ଏକ ପାକିସ୍ତାନୀ ମାଲବାହୀ ବିମାନ ମଙ୍ଗଳବାର (୭ ଜୁଲାଇ) ଦିନ ମଧ୍ୟ ଆକାଶରେ ନିଖୋଜ ହୋଇଗଲା। ମାଲବାହୀ କମ୍ପାନୀ K2 ଏୟାରୱେଜ ଦ୍ୱାରା ପରିଚାଳିତ ଏହି…

ମୁଁ ମେଲୋନିଙ୍କୁ ପସନ୍ଦ କରେ: କହୁ କହୁ ଏମିତି କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ପ୍ରଶଂସା କରିଛନ୍ତି। ଆଙ୍କାରା ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଇଟାଲୀ ନେତାଙ୍କୁ ଜଣେ ‘ଭଲ…

୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri