କାମ କର ନ ହେଲେ ଚାକିରି ଛାଡ଼

ପାତ୍ରପୁର,୨୭ା୯(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁମ୍ବା ଉନ୍ନୟନ ସଂସ୍ଥା ପରିସରରେ ଗୁରୁବାର ତିତ୍‌ଲି ପରବର୍ତ୍ତୀ ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଅନୁଷ୍ଠିତ ବୈଠକରେ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର, ଜିଲା ସ୍ବାସ୍ଥ୍ୟ ଅଧିକାରୀ ବିଜୟ କୁମାର ପାଣିଗ୍ରାହୀ, ତହସିଲଦାର ଶ୍ରୀନିବାସ ବେହେରା, ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତରେ ତିତ୍‌ଲି ପରଠାରୁ କେଉଁ ଯୋଜନା କେତେଦୂର ଆଗେଇଛି ସେନେଇ ସମୀକ୍ଷା କରିଥିଲେ। ବିଭାଗୀୟ ଅଧିକାରୀମାନଙ୍କ ଠାରୁ ସନ୍ତୋଷଜନକ ଉତ୍ତର ନପାଇ ଖପ୍ପା ହୋଇଥିଲେ ଜିଲାପାଳ। ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବିଦ୍ୟାଳୟ ମାନଙ୍କରେ କୋଠା ନିର୍ମାଣ ଶେଷ କରିବା, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଥିବାବେଳେ ତୁମ୍ବା ଡ଼ାକ୍ତରଖାନାରେ ବାୟୋମେଟ୍ରିକ୍‌ ମେଶିନ ଲଗାଇ ଡ଼ାକ୍ତରଙ୍କ ଉପସ୍ଥିତିକୁ ତଦାରଖ କରିବାକୁ ପାତ୍ରପୁର ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତିତ୍‌ଲି ପରେ ଆଦିବାସୀ ମାନଙ୍କୁ ମିଳିଥିବା ଘର ଓ ଗୁହାଳ କାମ ନେଇ ଜିଆର୍‌ଏସ୍‌, ବିଭିନ୍ନ ବିଭାଗୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ପିଇଓ ଓ ବିଡ଼ିଓଙ୍କୁ ପଚାରିଥିଲେ। ତଥ୍ୟରେ ତାଳମେଳ ନରହିବାରୁ ଠିକ୍‌ଭାବେ କାମ କର ନହେଲେ ଚାକିରି ଛାଡ଼ ବୋଲି ତାଗିଦ୍‌ କରିଥିଲେ। ପୁରିଆସାହି ଠାରେ ଭଗ୍ନାବସ୍ଥାରେ ଥିବା ପର୍ଶୁରାମଙ୍କ ମୂର୍ତ୍ତିକୁ ଉପଯୁକ୍ତ ସ୍ଥାନରେ ସ୍ଥାପନ କରିବାକୁ ତହସିଲଦାରଙ୍କୁ କହିଥିଲେ। ସମୀକ୍ଷା ବୈଠକରେ ଟିଡ଼ିଏ ଅଧିକାରୀ ରାମଚନ୍ଦ୍ର ସେଠୀ, ସିଡ଼ିପିଓ ପଦି୍ମନୀ ସାହୁ, କୃଷି, ସ୍ବାସ୍ଥ୍ୟ, ପ୍ରାଣୀଧନ, ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଶେଷରେ ଜିଲାପାଳ ଲୁକାସାହି କନ୍ୟାଶ୍ରମ ଓ ଗୌଡୁଣୀ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କରିଥିବାବେଳେ ଉପଜିଲାପାଳ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri