କାମ କର ନ ହେଲେ ଚାକିରି ଛାଡ଼

ପାତ୍ରପୁର,୨୭ା୯(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁମ୍ବା ଉନ୍ନୟନ ସଂସ୍ଥା ପରିସରରେ ଗୁରୁବାର ତିତ୍‌ଲି ପରବର୍ତ୍ତୀ ସମୀକ୍ଷା କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଅନୁଷ୍ଠିତ ବୈଠକରେ ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର, ଜିଲା ସ୍ବାସ୍ଥ୍ୟ ଅଧିକାରୀ ବିଜୟ କୁମାର ପାଣିଗ୍ରାହୀ, ତହସିଲଦାର ଶ୍ରୀନିବାସ ବେହେରା, ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ ଉପସ୍ଥିତ ଥିଲେ। ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତରେ ତିତ୍‌ଲି ପରଠାରୁ କେଉଁ ଯୋଜନା କେତେଦୂର ଆଗେଇଛି ସେନେଇ ସମୀକ୍ଷା କରିଥିଲେ। ବିଭାଗୀୟ ଅଧିକାରୀମାନଙ୍କ ଠାରୁ ସନ୍ତୋଷଜନକ ଉତ୍ତର ନପାଇ ଖପ୍ପା ହୋଇଥିଲେ ଜିଲାପାଳ। ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବିଦ୍ୟାଳୟ ମାନଙ୍କରେ କୋଠା ନିର୍ମାଣ ଶେଷ କରିବା, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ପରୀକ୍ଷା କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଥିବାବେଳେ ତୁମ୍ବା ଡ଼ାକ୍ତରଖାନାରେ ବାୟୋମେଟ୍ରିକ୍‌ ମେଶିନ ଲଗାଇ ଡ଼ାକ୍ତରଙ୍କ ଉପସ୍ଥିତିକୁ ତଦାରଖ କରିବାକୁ ପାତ୍ରପୁର ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତିତ୍‌ଲି ପରେ ଆଦିବାସୀ ମାନଙ୍କୁ ମିଳିଥିବା ଘର ଓ ଗୁହାଳ କାମ ନେଇ ଜିଆର୍‌ଏସ୍‌, ବିଭିନ୍ନ ବିଭାଗୀୟ କନିଷ୍ଠ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, ପିଇଓ ଓ ବିଡ଼ିଓଙ୍କୁ ପଚାରିଥିଲେ। ତଥ୍ୟରେ ତାଳମେଳ ନରହିବାରୁ ଠିକ୍‌ଭାବେ କାମ କର ନହେଲେ ଚାକିରି ଛାଡ଼ ବୋଲି ତାଗିଦ୍‌ କରିଥିଲେ। ପୁରିଆସାହି ଠାରେ ଭଗ୍ନାବସ୍ଥାରେ ଥିବା ପର୍ଶୁରାମଙ୍କ ମୂର୍ତ୍ତିକୁ ଉପଯୁକ୍ତ ସ୍ଥାନରେ ସ୍ଥାପନ କରିବାକୁ ତହସିଲଦାରଙ୍କୁ କହିଥିଲେ। ସମୀକ୍ଷା ବୈଠକରେ ଟିଡ଼ିଏ ଅଧିକାରୀ ରାମଚନ୍ଦ୍ର ସେଠୀ, ସିଡ଼ିପିଓ ପଦି୍ମନୀ ସାହୁ, କୃଷି, ସ୍ବାସ୍ଥ୍ୟ, ପ୍ରାଣୀଧନ, ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଶେଷରେ ଜିଲାପାଳ ଲୁକାସାହି କନ୍ୟାଶ୍ରମ ଓ ଗୌଡୁଣୀ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କରିଥିବାବେଳେ ଉପଜିଲାପାଳ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri