କନିଷି,୫ା୨(ଡି.ଏନ.ଏ.) -ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ମାଧ୍ୟମରେ ଅର୍ଥ ହରିଲୁଟ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଜଣେ ଜବ୍କାର୍ଡଧାରୀ ବିଡିଓଙ୍କୁ ଅଭିଯୋଗ କରିଛନ୍ତି।
ଯେ, କୋଳଥିଗାଁର ସୁଦାମ ପରିଡ଼ା ଜଣେ ଜବ୍କାର୍ଡ ହିତାଧିକାରୀ। ତାଙ୍କ ଜବକାର୍ଡ ନଂ. ୧୭୭୦୫ ଜରିଆରେ କାମ ଯୋଗାଇ ଦିଆ ନ ଯାଇ ଜବକାର୍ଡ ଓ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଆସିଥିଲା। ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ଜୋରଜବରଦସ୍ତ ଉକ୍ତ ଟଙ୍କା ଉଠାଇ ନେଇଗଲେ। ମଜୁରୀ ବାବଦକୁ ଗତ ୭ ସେପ୍ଟେମ୍ବର ୨୦୧୯ରୁ ୫ ଅକ୍ଟୋବର ୨୦୧୯ ମଧ୍ୟରେ ୪ଟି କିସ୍ତିରେ ମୋଟ ୫ ହଜାର ୨୬୪ ଟଙ୍କା ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ପାଣ୍ଠିରୁ ମୋର ଜମା ଖାତାକୁ ଛଡ଼ାଯାଇ ମୋ ଠାରୁ ଜୋରଜବରଦସ୍ତ ଆଦାୟ କରାଯାଇଛି ବୋଲି ସେ ରଙ୍ଗେଇଲୁଣ୍ଡା ବିଡିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ବିଡିଓ କୁମାର ନାଗଭୂଷଣଙ୍କ ସହ ଯୋଗାଯୋଗ କରିବାରୁ ସେ କହିଥିଲେ, କୋଳଥିଗାଁର ସୁଦାମଙ୍କ ନାମରେ ଡ଼ିମାଣ୍ଡ ହୋଇଥିଲା। ତାଙ୍କର ଖାତାକୁ ଟଙ୍କା ଯାଇଛି। ସେ ନିଜେ କହୁଛନ୍ତି ଯେ ମୁଁ କାମ କରିନାହିଁ, ମୋର ଖାତାକୁ କେମିତି ଟଙ୍କା ଆସିଛି। ତୁରନ୍ତ ତଦନ୍ତ କରାଯିବ ବୋଲି ବିଡିଓ ଜଣାଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
କାର-ବାଇକ୍ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ରେ ଥିବା…
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ଝଡତୋଫାନ, ବଜ୍ରପାତରେ ନେଲା ଜୀବନ
ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…
ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…
Archives

