କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ: ଯୋଡ଼ା ଅଞ୍ଚଳରେ ଚାପା ଉତ୍ତେଜନା

ଯୋଡ଼ା, ୨୯।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଭାଗରେ ଅବସ୍ଥିତ ଟାଟାଷ୍ଟିଲ କମ୍ପାନୀର ଫେରୋ ମାଙ୍ଗାନିଜ୍‌ ପ୍ଲାଣ୍ଟରେ କାର୍ଯ୍ୟରତ ଜଣେ ଶ୍ରମିକଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତକ ହେଲେ କମାର ଯୋଡା ଅଞ୍ଚଳର ରବି କେରାଇ। କମ୍ପାନୀ ପକ୍ଷରୁ ଦାବି କରାଯାଉଥିବା କ୍ଷତିପୂରଣ ବାବଦରେ ୩ ଲକ୍ଷ ଟଙ୍କା ଏବଂ ଏକ ମାସ ପରେ ଆଉ ୧ଲକ୍ଷ ଟଙ୍କା ଦିଆଯିବା ସହ ଶୁଦ୍ଧିକ୍ରିୟା ପାଇଁ କିଛି ଆର୍ଥିକ ରାଶି ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଅପରପକ୍ଷେ ରବିଙ୍କ ମୃତ୍ୟୁକୁ ସହଜରେ ପରିବାରଲୋକେ ଗ୍ରହଣ କରିପାରୁନାହାନ୍ତି। କାର୍ଯ୍ୟ ସମୟରେ ଶ୍ରମିକଙ୍କ ମୃତ୍ୟୁ ଘଟିଲେ କମ୍ପାନୀ ଅଥବା ଠିକାସଂସ୍ଥା ପକ୍ଷରୁ ପୋଲିସକୁ ଖବର ଦିଆଯିବାର ନିୟମ ଥିବା ବେଳେ ଏହା କରାଯାଇନାହିଁ। ଏପରିକି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବା ରବିଙ୍କ ସ୍ତ୍ରୀ ପ୍ୟାରି କହିଛନ୍ତି।

ସୂଚନାନୁଯାୟୀ, ଉକ୍ତ କାରଖାନାରେ ନିୟୋଜିତ ଥିବା ଏଲ୍‌.ଏନ୍‌.ଦାସ ଠିକା ସଂସ୍ଥାରେ ରବି ହେଲପର ଭାବେ କାର୍ଯ୍ୟ କରୁଥିଲେ। ତେବେ ଶନିବାର ସେ କାର୍ଯ୍ୟରତ ଥିବା ବେଳେ ଅପରାହ୍ନରେ କୌଣସି କାରଣରୁ ଗୁରୁତର ହୋଇପଡିଥିଲେ। ତାଙ୍କୁ କମ୍ପାନୀ ପକ୍ଷରୁ ସଙ୍ଗେ ସଙ୍ଗେ ଟାଟା ଷ୍ଟିଲ ଡାକ୍ତରଖାନାକୁ ନିଆଯାଇଥିଲେ ହେଁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଜାମସେଦପୁରସ୍ଥିତ ଟିଏମ୍‌ଏଚ୍‌ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସୋମବାର ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ କମ୍ପାନୀ ଠିକାସଂସ୍ଥା ରବିଙ୍କ ମୃତଦେହକୁ କମାରଯୋଡାସ୍ଥିତ ତାଙ୍କ ଘରେ ଛାଡିଦେଇ ଚାଲିଯାଇଥିଲେ। ହେଲେ କମ୍ପାନୀ କିମ୍ବା ଠିକାସଂସ୍ଥା ପକ୍ଷରୁ ତାଙ୍କ ପରିବାରକୁ କୌଣସି କ୍ଷତିପୂରଣ ଦିଆଯାଇ ନ ଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଏବଂ ପରିବାର ପ୍ରତିବାଦ କରିଥିଲା। ସେମାନେ ମୃତକଙ୍କ ପରିବାରର ସଦସ୍ୟଙ୍କୁ ନିଯୁକ୍ତି ଓ ଆର୍ଥିକ କ୍ଷତିପୂରଣ ରାଶି ବାବଦକୁ ୨୦ ଲକ୍ଷ ଟଙ୍କା ଦାବି କରିଥିଲେ। ମାତ୍ର ଠିକାସଂସ୍ଥା ପକ୍ଷରୁ ପ୍ରଥମେ ମନା କରାଯାଇଥିଲେ ହେଁ ଉକ୍ତ ପ୍ଲାଣ୍ଟ ଗେଟ୍‌ ସମ୍ମୁଖରେ ମୃତଦେହ ରଖି ଧାରଣା ଦିଆଯିବା ନେଇ କୁହାଯିବାପରେ ଠିକାସଂସ୍ଥା ପକ୍ଷରୁ ପରିବାରକୁ ଟଙ୍କା ୩ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ରବିଙ୍କ ପରିବାର ଗରିବ ଓ ଅଶିକ୍ଷିତ ହୋଇଥିବାରୁ ତାଙ୍କୁ ଉଚିତ ନ୍ୟାୟ ପ୍ରଦାନ କରିବାକୁ ସ୍ଥାନୀୟ ପୋଲିସ ଏବଂ ପ୍ରଶାସନ ଉଚିତ ତଦନ୍ତ କରିବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।

ଏ ସମ୍ପର୍କରେ ଟାଟାଷ୍ଟିଲ କର୍ପୋରେଟ କମ୍ଯଯନିକେସନ ଅଧିକାରୀ ଆଶିଷ କୁମାର ଆଚାର୍ଯ୍ୟ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଯେହେତୁ ଶ୍ରମିକଙ୍କ ମୃତ୍ୟୁ ଜାମସେଦପୁର ଟିଏମ୍‌ଏଚ୍‌ ଡାକ୍ତରଖାନାରେ ହୋଇଛି, ତାଙ୍କ ମତ୍ୟୁର କାରଣ ସମ୍ପର୍କରେ ଟିଏମ୍‌ଏଚ୍‌ ଡାକ୍ତରଖାନା ସହିତ ଯୋଗାଯୋଗ କରି ତଥ୍ୟ ନେବା ପରେ ସେ ଏ ବାବଦରେ ସ୍ପଷ୍ଟୀକରଣ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri