କାର୍ତ୍ତିକଙ୍କଠାରୁ ଦୂରରେ ରହିପାରୁନାହାନ୍ତି ସାରା, ଭେଟିବା ଲାଗି ଲକ୍ଷ୍ନୌ ପହଞ୍ଚିଲେ

ମୁମ୍ବାଇ: ବଲିଉଡ୍‌ର ନୂଆ ଲର୍ଭବର୍ଡ ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ୟନଙ୍କ ସମ୍ପର୍କ ପୁଣି ଚର୍ଚ୍ଚାରେ। ପ୍ରଥମେ ‘କଫି ଉଇଥ୍‌ କରନ୍‌’ ଶୋ’ରେ କାର୍ତ୍ତିକଙ୍କୁ ପସନ୍ଦ କରୁଥିବା ନେଇ କହିବା ପରେ ଉଭୟଙ୍କୁ ଏକ କାର୍ଯ୍ୟକ୍ରମରେ ଭେଟାଇଥିଲେ ରଣବୀର ସିଂହ। ଏହାପରେ ଉଭୟ ଏକାଠି ଫିଲ୍ମ‘ଲଭ୍‌ ଆଜକଲ୍‌-୨’ର ଶୁଟିଂ କରୁଥିବା ସମୟରେ ଅଧିକ ନିକଟତର ହୋଇଥିଲେ। ଏବେ ପରିସ୍ଥିତି ଏପରି ହେଲାଣି ଯେ ଦୁହେଁ ଦୁହିଁଙ୍କୁ ଛାଡ଼ି ଘଡ଼ିଏ ରହିପାରୁନାହାନ୍ତି। କଥାଟି ଆମେ କହୁନାହୁଁ ବରଂ ନିକଟରେ କାର୍ତ୍ତିକଙ୍କୁ ଭେଟିବା ଲାଗି ସାରା ଲକ୍ଷ୍ନୌରେ ପହଞ୍ଚିବା ପରେ ଏପରି କିଛି ଚର୍ଚ୍ଚା ହେଉଛି।

କଥାଟି ଏପରି। କାର୍ତ୍ତିକ ଏବେ ‘ପତି ପତ୍ନି ଔର ଓ୍ବ’ର ଶୁଟିଂରେ ବ୍ୟସ୍ତ। ଏଥିରେ ତାଙ୍କ ସହ ନଜର ଆସିବେ ଭୂମି ପେଡନେକର ଏବଂ ଅନନ୍ୟା ପାଣ୍ଡେ। ଫିଲ୍ମର କିଛି ଅଂଶର ଶୁଟିଂ ଲକ୍ଷ୍ନୌରେ କରାଯାଉଥିବାରୁ କାର୍ତ୍ତିକ ବମ୍ବେଠାରୁ ଦୂରରେ। ଏପରିସ୍ଥଳେ ସାରା ଶୁଟିଂ ସେଟ୍‌ରେ କାର୍ତ୍ତିକଙ୍କୁ ଭେଟିବାକୁ ସେଠାରେ ପହଞ୍ଚିଯାଇଥିଲେ। ବେଶ କିଛି ସମୟ ହାତରେ ହାତ ଛନ୍ଦି ବୁଲିବା ସହ ଏକାଠି କଥା ହେଉଥିବା ବେଳର କିଛି ଫଟୋ ଓ ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଯାହାକୁ ଦେଖି ଅନେକ ଦୁହେଁ ଦୁହିଁଙ୍କୁ ଛାଡ଼ି ରହିପାରୁ ନ ଥିବା  ପ୍ରତିକ୍ରିୟା ଦେଉଛନ୍ତି।

ତେବେ ସାରା ଏବଂ କାର୍ତ୍ତିକଙ୍କ ଅଭିନୀତ ‘ଲଭ ଆଜକଲ-୨’ ୨୦୨୦ ଫେବୃଆରୀ ୧୪ରେ ରିଲିଜ ହେବ। ଭ୍ୟାଲେଣ୍ଟାଇନ୍‌ ଡେ’କୁ ଆଖି ଆଗରେ ରଖି ନିର୍ଦ୍ଦେଶକ ଏହାକୁ ଉକ୍ତ ଦିନରେ ରିଲିଜ କରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri