କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦି

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଜରୁରୀ ହୋଇପଡିଛି। ବଲିଉଡ୍‌ ମୁଭି ‘ପ୍ୟାର କି ପଞ୍ଚନାମା’ର ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ କରୋନା ଭାଇରସ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ଏକ ଭିଡିଓ ଶେୟାର କରିଛନ୍ତି। ସେ ନିଜ ଷ୍ଟାଇଲରେ ଏହି ଭିଡିଓଟି ପ୍ରସ୍ତୁତ କରିଥିବା ବେଳେ ଏହା ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏହି ଭିଡିଓରେ କାର୍ତ୍ତିକ କରୋନା ସଂକ୍ରମଣକୁ ଦେଖି ଘରୁ ନ ବାହାରିବାକୁ ପରାମର୍ଶ ଦେଉଥିବା ବେଳେ ସ୍ବଚ୍ଛତା ଉପରେ ବିଶେଷ ଧ୍ୟାନ ଦେବାକୁ କହିଛନ୍ତି। ମାତ୍ର କିଛି ଘଣ୍ଟା ମଧ୍ୟରେ ଏହି ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଲୋକେ ଏହାକୁ ଖୁବ୍‌ ପସନ୍ଦ କରୁଥିବା ଦେଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କରିବା ସହ ଲେଖିଛନ୍ତି, ଏହି ଯୁବ ଅଭିନେତା କିଛି କହୁଛନ୍ତି, ବର୍ତ୍ତମାନ ସମୟ ‘ଅଧିକ ସାବଧାନ’ ରହିବା କରୋନାର ‘ପଞ୍ଚନାମା କରିବା’। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ହୋଇଥିବା ବେଳେ ମହାରାଷ୍ଟ୍ର ସରକାର ଏହାକୁ ନେଇ ସଚେତନତା ସୃଷ୍ଟି କରିବା ସହ ବଲିଉଡ ସେଲିବ୍ରିଟିମାନେ ମଧ୍ୟ ସରକାରଙ୍କୁ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri