କାର୍ତ୍ତିକଙ୍କ ସହିତ ଭାଲେଣ୍ଟାଇନ୍‌ ଡେ ପାଳିବେ ସାରା ଅଲ୍ଲୀ ଖାଁ !

ମୁମ୍ବାଇ: ସମ୍ପ୍ରତି ଇମ୍‌ତିଆଜ୍‌ ଅଲ୍ଲୀଙ୍କ ଫିଲ୍ମ ‘ଲଭ୍‌ ଆଜ୍‌କଲ୍‌’କୁ ନେଇ ବଲିଉଡ୍‌ରେ ଚର୍ଚ୍ଚା ଜୋର୍‌ ଧରିଛି। ଇତିମଧ୍ୟରେ ଫିଲ୍ମର ଟ୍ରେଲର ରିଲିଜ୍‌ ହୋଇ ସାରିଛି। ଟ୍ରେଲର ଦର୍ଶକଙ୍କୁ ବେଶ୍‌ ଆକର୍ଷିତ କରିଛି। ଫିଲ୍ମଟି ଫେବୃୟାରୀ ୧୪ ଭାଲେଣ୍ଟାଇନ୍‌ ଡେରେ ରିଲିଜ୍‌ ହେବ ବୋଲି କୁହାଯାଉଛି। ଏହି ଦିନ ସାରା ଦୁନିଆ ଭାଲେଣ୍ଟାଇନ୍‌ ଡେ ପାଳନ କରୁଥିବାବେଳେ ରିଲ୍‌ ଲାଇଫ୍‌ରେ କାର୍ତ୍ତିକ ଆର୍ଯ୍ୟନ୍‌ ଏବଂ ସାରା ଅଲ୍ଲୀ ଖାଁ ମଧ୍ୟ ଏହାକୁ ପାଳିବେ। ପ୍ରେମୀ ଦିବସର ଉପହାର ସେମାନଙ୍କ ପ୍ରଶଂସକଙ୍କୁ ନିଜର ଅଭିନୟ ମାଧ୍ୟମରେ ପ୍ରଦାନ କରିବେ। ଇମ୍‌ତିଆଜ୍‌ଙ୍କ ଫିଲ୍ମରେ ଉଭୟ କାର୍ତ୍ତିକ ଏବଂ ସାରା ପ୍ରଥମ ଥର ପାଇଁ ଅଭିନୟ କରୁଛନ୍ତି। ଏହା ସଫଳ ହେବା ଉପରେ ସେମାନଙ୍କ କ୍ୟାରିୟର ମଧ୍ୟ ନିର୍ଭର କରୁଛି। କାର୍ତ୍ତିକ-ସାରାଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଚର୍ଚ୍ଚା ମଧ୍ୟ ଜାରି ରହିଛି। ତେବେ କାର୍ତ୍ତିକ କହିଛନ୍ତି ଯେ, ସେ ସାରାଙ୍କ ସହିତ ଏହି ଫିଲ୍ମ ଫେବୃୟାରୀ ୧୩ କିମ୍ବା ୧୪ରେ ଏକାଠି ଦେଖିବେ ବୋଲି ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri