କାର୍ତ୍ତିକ ନାଏକ ହତ୍ୟା ମାମଲା: ଅଭିଯୁକ୍ତ ପୁତୁରାଙ୍କୁ ଆଜୀବନ ଜେଲ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗରସ୍ଥିତ ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ)ଙ୍କ ଅଦାଲତରେ ମଙ୍ଗଳବାର ବହୁ ଚର୍ଚ୍ଚିତ କାର୍ତ୍ତିକ ନାଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏଡିଜେ ବାମାଶଙ୍କର ମିଶ୍ର ମାମଲାର ଅଭିଯୁକ୍ତ ପୁତୁରା ହାଡ଼ିବନ୍ଧୁ ନାଏକ ଓରଫ୍‌ ହାଡ଼ିଆଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଆଇନଜୀବୀ ଦେବରାଜ ବେହେରା, ସୂର୍ଯ୍ୟନାରାୟଣ ସାହୁ ମାମଲା ପରିଚାଳନା କରିଥିଲେ।

ମାମଲାର ବିବରଣୀ ଅନୁଯାୟୀ, ୨୦୧୪ ଡିସେମ୍ବର ୭ରେ ବାଉଁଶପାଳ ଗ୍ରାମରେ କାର୍ତ୍ତିକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବଡ଼ଭାଇ ରବି ନାଏକ ଏବଂ ତାଙ୍କ ପୁଅ ହାଡ଼ିବନ୍ଧୁ ମିଳିତ ଭାବେ କାର୍ତ୍ତିକଙ୍କୁ ଠେଙ୍ଗା, ଭୁଜାଲିରେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କାମାକ୍ଷାନଗର, ପରେ ଜିଲା ଚିକିତ୍ସାଳୟ ଏବଂ ସେଠାରୁ କଟକ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ୧୭ ତାରିଖ ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକଙ୍କ ମା’ ରାଧା ନାଏକଙ୍କ ଅଭିଯୋଗକୁ ଭିତ୍ତିକରି ଆଇପିସିର ଦଫା ୩୦୨, ୩୪ ଅନୁଯାୟୀ ମାମଲା (ନଂ.୨୬୦/୧୪) ରୁଜୁ କରାଯାଇଥିଲା। ପୋଲିସ ଅଭିଯୁକ୍ତ ବାପପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ହାଡ଼ିବନ୍ଧୁ ବିଚାରାଧୀନ ବନ୍ଦୀ ରହିଥିବାବେଳେ ରବି ଜାମିନରେ ଆସିଥିଲେ। କୋର୍ଟରେ ମାମଲା ବିଚାରାଧୀନ ଥିବାବେଳେ ରବିଙ୍କ ଆକସ୍ମିକ ମୃତ୍ୟୁ ହୋଇଯାଇଥିଲା। ମାମଲାର ସିଟି ସେସନ୍ସ କେସ୍‌ (ନଂ. ୮୬/୧୫)ର ବିଚାର କରି ଏଡିଜେ ଏହି ରାୟ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri