କାର୍ତ୍ତିକ-ସାରାଙ୍କ ବ୍ରେକ୍‌ଅପ୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ସାରା ଅଲି ଖାନ୍‌ ଏବଂ କାର୍ତ୍ତିକ ଆର୍ୟନ୍‌ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍‌ର ଏହି କ୍ୟୁଟ୍‌ ଲଭ୍‌-ବାର୍ଡଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିବା ଶୁଣାଯାଉଛି। ବ୍ୟସ୍ତତା ଓ ସମୟ ଅଭାବ କାରଣରୁ ଏମାନଙ୍କ ବ୍ରେକ୍‌ଅପ୍‌ ହୋଇଯାଇଥିବା ଜଣାପଡ଼ିଛି।
ଏକ ସାକ୍ଷାତ୍‌କାରରେ କାର୍ତ୍ତିକ ତାଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ପସନ୍ଦ ବୋଲି କହିବାପରେ କାର୍ତ୍ତିକ ମଧ୍ୟ ଏକ ସାକ୍ଷାତ୍‌କାରରେ ସାରା ତାଙ୍କୁ ପସନ୍ଦ ବୋଲି କହିଥିଲେ। ଏହାପରେ ବିଭିନ୍ନ ସ୍ଥାନରେ ଉଭୟଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଉଭୟଙ୍କ ରିଲେସନଶିପ୍‌ ଚର୍ଚ୍ଚା ମଧ୍ୟ ଜୋର୍‌ ଚାଲିଲା। ହେଲେ ଏବେ ନିଜ ନିଜର ବ୍ୟସ୍ତ ଜୀବନଶୈଳୀ ଯୋଗୁ ଉଭୟେ ଅଲଗା ହୋଇଯାଇଥିବା ଜଣାପଡ଼ିଛି। ତେବେ ବ୍ରେକ୍‌ଅପ୍‌ ପୂର୍ବରୁ ଉଭୟେ ରିଲେସନଶିପ୍‌ ବଜାୟ ରଖିବାକୁ ଚେଷ୍ଟା ମଧ୍ୟ କରିଥିଲେ। ଦୁହେଁ ପରସ୍ପରର ଶୁଟିଂ ସେଟ୍‌କୁ ଯାଇ ଦେଖା କରୁଥିଲେ। ବ୍ୟସ୍ତତା ମଧ୍ୟରେ ବି ପରସ୍ପର ପାଇଁ ସମୟ ବାହାର କରିବାକୁ ଚେଷ୍ଟା କରୁଥିଲେ। ହେଲେ ଏପରି କରିବା ଦ୍ୱାରା ସେମାନେ କ୍ୱାଲିଟି ଟାଇମ୍‌ ପାଇପାରିଲେ ନାହିଁ। ଏବେ ଏକ ସୂତ୍ରରୁ ଜଣାପଡ଼ିଛି, ଏଭଳି ରିଲେସନଶିପ୍‌ରେ ନ ରହି କେବଳ ବନ୍ଧୁ ହୋଇ ରହିବାକୁ ନିଷ୍ପତ୍ତି ନେଇଛନ୍ତି କାର୍ତ୍ତିକ-ସାରା। କୌଣସି ତିକ୍ତତା ନ ଥାଇ ପରସ୍ପର ସହ ବୁଝାମଣାରେ ଏହି ବ୍ରେକ୍‌ଅପ୍‌ ହୋଇଛି। ଆଗକୁ କେବଳ ବନ୍ଧୁ ହୋଇ ରହିବେ ଏବଂ କ୍ୟାରିୟର ପ୍ରତି ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ନିଷ୍ପତ୍ତି ନେଇଛନ୍ତି କାର୍ତ୍ତିକ-ସାରା। ଅନ୍ୟପକ୍ଷରେ ଫିଲ୍ମ ‘ଆଜ୍‌ କଲ୍‌’ରେ ଏମାନଙ୍କୁ ଏକାଠି ଦେଖିବାକୁ ମିଳିବ। ଫିଲ୍ମର ପ୍ରମୋଶନ ପାଇଁ ସେମାନେ ପ୍ରସ୍ତୁତ ହେଉଛନ୍ତି। ଏହାପରେ କାର୍ତ୍ତିକ ଫିଲ୍ମ ‘ଦୋସ୍ତାନା-୨’ ଓ ସାରା ‘କୁଲି ନମ୍ବର ୧’ ଫିଲ୍ମ ପାଇଁ ବ୍ୟସ୍ତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri