କାର୍ଯ୍ୟକାରୀ ହେଉନି ଘରୋଇ ସ୍କୁଲ ବସ୍‌ ପଲିସି-୨୦୧୬: ଘରୋଇ ସ୍କୁଲ, କଲେଜକୁ ଜିଲାପାଳଙ୍କ ନୋଟିସ

ବ୍ରହ୍ମପୁର ଅଫିସ,୧୧ା୧୨-ଗଞ୍ଜାମ ଜିଲାରେ କାର୍ଯ୍ୟକାରୀ ହେଉନି ସ୍କୁଲ ବସ୍‌ ପଲିସି-୨୦୧୬ ା ଜିଲାର କୌଣସି ଘରୋଇ କଲେଜ ଓ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ସ୍କୁଲ ବସ୍‌ ପଲିସିକୁ ମାନୁ ନାହାନ୍ତି ା ଏ ନେଇ ପ୍ରଗତିଶୀଳ ଉତ୍କଳ ସମାଜ ଓ ଜାତୀୟ ମାନବ ଅଧିକାର ଫୋରମର ଅଭିଯୋଗ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିୟମକୁ କଡାକଡି କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ା ଏ ନେଇ ଜିଲାର ସମସ୍ତ ଘରୋଇ ସ୍କୁଲ ଓ କଲେଜକୁ ଜିଲାପାଳ ନୋଟିସ କରିଛନ୍ତି। ତୁରନ୍ତ ନିଜର ବସ୍‌ଗୁଡିକର ସ୍ଥିତି ଓ ସେଥିରେ ସରକାରୀ ନିୟମାନୁସାରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଥିବା ଆବଶ୍ୟକ ବ୍ୟବସ୍ଥା ଉପରେ ରିପୋର୍ଟ ପ୍ରଦାନ କରିବାକୁ ନୋଟିସ ଜାରି କରିଛନ୍ତି ା ଏଥିସହ ରିପୋର୍ଟ ସଂଗ୍ରହ କରି ତୁରନ୍ତ ଜିଲାପାଳଙ୍କ ନିକଟରେ ଦାଖଲ କରିବାକୁ ଜିଲା ଶିକ୍ଷାଧିକାରୀ(ଡିଇଓ), ଉଚ୍ଚଶିକ୍ଷା ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ନିର୍ଦ୍ଦେଶକଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଥିବା ଜଣାପଡିଛି ା
ଘରୋଇ ସ୍କୁଲ, କଲେଜ ବସ୍‌ରେ ଯାତାୟାତ କରୁଥିବା ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୦୧୬ ଅଗଷ୍ଟରେ ରାଜ୍ୟ ସରକାର ସ୍କୁଲ ବସ୍‌ ପଲିସି-୨୦୧୬ ପ୍ରଣୟନ କରିଥିଲେ। ଉକ୍ତ ନିୟମାନୁସାରେ, ଘରୋଇ ସ୍କୁଲ ଓ କଲେଜ ଦ୍ୱାରା ଛାତ୍ରୀଛାତ୍ରଙ୍କୁ ନେବା ଆଣିବା କରୁଥିବା ବସ୍‌ଗୁଡିକରେ ଫାଷ୍ଟଏଡ ବକ୍ସ ରଖାଯିବା ସହ ସିସି କ୍ୟାମେରା, ଜିପିଏସ୍‌ ବ୍ୟବସ୍ଥା, ପାନୀୟଜଳ, କ୍ଷମତା ଅନୁସାରେ ବସ୍‌ ବାହାରେ ସିଟ ସଂଖ୍ୟା ସାଇନବୋର୍ଡ ଲଗାଯିବା, ବସ୍‌ର କ୍ଷମତା ଅନୁସାରେ ଛାତ୍ରୀଛାତ୍ରଙ୍କୁ ନେବା ଆଣିବା କରିବା, ଛାତ୍ରୀଛାତ୍ରଙ୍କୁ ବସ୍‌ରେ ନେବା ଆଣିବା ବେଳେ ସ୍କୁଲ ଶିକ୍ଷୟିତ୍ରୀ ଶିକ୍ଷକ ଗାଇଡ ଭାବେ ରହିବା ନେଇ ଘରୋଇ ଶିକ୍ଷାନୁଷ୍ଠାନଗୁଡିକୁ ନୋଟିସ ଜାରି କରାଯାଇଥିଲା। କିନ୍ତୁ ଏହାର ୩ବର୍ଷ ପରେ ବି ଅନେକ ଘରୋଇ ଶିକ୍ଷାନୁ୍‌ଷ୍ଠାନ ଏହି ନିୟମକୁ ପାଳନ କରୁ ନ ଥିବା ନେଇ ଗତ ସପ୍ତାହରେ ପ୍ରଗତିଶୀଳ ଉକତ୍ଳ ସମାଜ ଓ ଜାତୀୟ ମାନବ ଅଧିକାର ଫୋରମ ପକ୍ଷରୁ ଅଭିଯୋଗ କରାଯାଇଥିଲା ା ଏନେଇ ଅଭିଯୋଗ ପତ୍ର ଜିଲାପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପରିବହନ ସଚିବଙ୍କୁ ଉଭୟ ସଂଗଠନ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ କରାଯାଇଥିଲା। ନିୟମ ଖିଲାପକାରୀ ଶିକ୍ଷାନୁଷ୍ଠାନ ସମ୍ପର୍କିତ ତଥ୍ୟ ପ୍ରଦାନ କରିବାକୁ ଡିଇଓ, ଉଚ୍ଚଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖୁବଶୀଘ୍ର ଜିଲାପାଳଙ୍କ ନିକଟରେ ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଦ୍ୱାରା ପରିଚାଳିତ ବସ୍‌ ଗୁଡିକର ଯାଞ୍ଚ ରିପୋର୍ଟ ପଠାଯିବ। ନିୟମ ଖିଲାପକାରୀ ସ୍କୁଲ, କଲେଜ ଉପରେ ପଦକ୍ଷେପ ନିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ତ୍ରିପାଠୀ ସୂଚାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri