କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଯୋଗଦାନ ନିମନ୍ତେ ଅନ୍‌ଲାଇନ ଆବେଦନ ବ୍ୟବସ୍ଥା

ଭୁବନେଶ୍ୱର, ୧୦ା୭ (ବ୍ୟୁରୋ): ରାଜ୍ୟପାଳଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନକୁ ବ୍ୟବସ୍ଥିତ କରିବା ଲକ୍ଷ୍ୟରେ ପ୍ରସ୍ତୁତ ‘ରାଜଭବନ ପ୍ରୋଗ୍ରାମ ମ୍ୟାନେଜମେଣ୍ଟ’ ସଫ୍ଟୱେର ଆପ୍ଲିକେଶନ ଚଳିତବର୍ଷ ଫେବୃୟାରୀରୁ କାର୍ଯ୍ୟକାରୀ ହୋଇଛି। ଇତି ମଧ୍ୟରେ ଅନେକ ସଂସ୍ଥା ଓ ଅନୁଷ୍ଠାନ ଏହାର ସଫଳ ଉପଯୋଗ କରିଛନ୍ତି। ଏହି ଆପ୍ଲିକେଶନ ମାଧ୍ୟମରେ ଇଚ୍ଛୁକ ସଂସ୍ଥାଗୁଡ଼ିକ କାର୍ଯ୍ୟକ୍ରମ ଦିବସଠାରୁ ୬୦ଦିନ ପୂର୍ବରୁ ଓ ୨୫ ଦିନ ପୂର୍ବ ପର୍ଯ୍ୟନ୍ତ ଅନ୍‌ଲାଇନରେ ଆବେଦନ କରିପାରିବେ। ତେବେ ରାଜଭବନରେ ଏହି ଆବେଦନ କାର୍ଯ୍ୟକ୍ରମର ୨୦ଦିନ ଆଗରୁ ପହଞ୍ଚତ୍ବା ଦରକାର। ଆବେଦନକାରୀ www.rajbhavanodisha.gov.inର ହୋମ୍‌ପେଜ୍‌ର ଡାହାଣ ପାର୍ଶ୍ୱ ଉପର କୋଣରେ ରହିଥିବା ‘ରାଜଭବନ ପ୍ରୋଗ୍ରାମ ମ୍ୟାନେଜମେଣ୍ଟ’ର ଲିଙ୍କ୍‌କୁ ଯାଇ ପ୍ରଥମେ ୟୁଜର ମାନୁଆଲ ଓ ଏସ୍‌ଓପିକୁ ଡାଉନ୍‌ଲୋଡ୍‌ କରି ଆପ୍ଲିକେଶନ ବିଷୟରେ ବୁଝିବେ। ସେହି ଅନୁସାରେ ଅନ୍‌ଲାଇନରେ ଆବେଦନ କରିବେ। ଆବେଦନରେ କାର୍ଯ୍ୟକ୍ରମ ଓ ସଂସ୍ଥା ସମ୍ପର୍କିତ ଆବଶ୍ୟକ ତଥ୍ୟ ପୂରଣ କରି ପଠାଇବା ପରେ ଏହି ଆବେଦନପତ୍ରର ପ୍ରିଣ୍ଟ୍‌ଆଉଟ୍‌ ସଂଗ୍ରହ କରିବେ ଏବଂ ଏହି ବାର୍‌କୋଡ଼ଯୁକ୍ତ ଆବେଦନପତ୍ରରେ ଦସ୍ତଖତ କରି ସଂସ୍ଥାର ଲେଟର ପ୍ୟାଡ୍‌୍‌ରେ ସାଦା ଦରଖାସ୍ତ ସହ ରାଜଭବନକୁ ପଠାଇବେ। ରାଜଭବନରେ ଏହା ପ୍ରୋସେସିଂ ହୋଇ ରାଜ୍ୟପାଳଙ୍କ ଅନୁମୋଦନ ଅଥବା ଅଗ୍ରାହ୍ୟ ନିଷ୍ପତ୍ତି ଏସ୍‌ଓପିର ସମୟସୀମା ଅନୁସାରେ ସମ୍ପୃକ୍ତ ସଂସ୍ଥାର କର୍ମକର୍ତ୍ତାଙ୍କୁ ମୋବାଇଲରେ ମେସେଜ ଆକାରରେ ଜଣାଇ ଦିଆଯିବ। ଏହି ଆପ୍‌କୁ ବ୍ୟବହାର କରି କାର୍ଯ୍ୟକ୍ରମରେ ରାଜ୍ୟପାଳ ଯୋଗଦାନ ପାଇଁ ଆବେଦନ କରିବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri