Posted inଭଦ୍ରକ

କାର୍ଯ୍ୟକ୍ଷମ ହେଉନି ସେବାଶ୍ରମ ଛାତ୍ରାବାସ

ପଦ୍ମପୁର,୨୯।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତ ସନନ୍ଦପୁର ଗ୍ରାମରେ ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ସେବାଶ୍ରମ ଛାତ୍ରାବାସ। ମାତ୍ର ଛାତ୍ରାବାସ ଏବେ ସୁଦ୍ଧା କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ଦୂରଦୂରାନ୍ତରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରୀଛାତ୍ର ହଇରାଣ ହେଉଛନ୍ତି।
ପ୍ରକାଶ ଯେ, ୨୦୦୯ରୁ ଏହି ଛାତ୍ରାବାସ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ୨୦୧୬ରେ ସରିଥିଲା। ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରୀଛାତ୍ର ଏଠାରେ ରହି ବିନା ଦେୟରେ ଶିକ୍ଷାଲାଭ କରିବା ପାଇଁ ଉଦ୍ଦିଷ୍ଟ। ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ୮୩ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ୩ଟି ଶ୍ରେଣୀଗୃହ ଥିବାବେଳେ ଗୃହଗୁଡ଼ିକ ଭାଙ୍ଗିରୁଜି ଗଲାଣି। କେଉଁଠି ଛାତରୁ ପାଣି ଗଳୁଛି ତ କେଉଁ ଗୃହର କବାଟ ଝରକା ଭାଙ୍ଗିଯାଇ ଝୁଲୁଛି। ଏଭଳି ସ୍ଥିତିରେ ୨ଟି କୋଠରିରେ ୫ଟି ଶ୍ରେଣୀର ଛାତ୍ରୀଛାତ୍ର ଶିକ୍ଷାଗ୍ରହଣ କରୁଛନ୍ତି। ଛାତ୍ରାବାସ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଦୂରଦୂରାନ୍ତରୁ ଆସି ଛାତ୍ରୀଛାତ୍ର ବିଦ୍ୟାଳୟରେ ପଢ଼ିବାରୁ ବଞ୍ଚତ୍ତ ହେଉଛନ୍ତି। ଏଥିସହ ଛାତ୍ରାବାସ ପାଇଁ ଆସୁଥିବା ସରକାରୀ ଅନୁଦାନ ଉଦ୍ଦିଷ୍ଟ ଛାତ୍ରୀଛାତ୍ରଙ୍କ ପାଇଁ ବିନିଯୋଗ ହୋଇପାରୁ ନାହିଁ। ଫଳରେ ଗରିବ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରୀଛାତ୍ରଙ୍କ ଲାଗି ସରକାରୀ ପ୍ରୋତ୍ସାହନ ପ୍ରହସନ ପାଲଟିଛି ବୋଲି କୁହାଯାଉଛି। ଏ ସମ୍ପର୍କରେ ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନାଙ୍କୁ ପଚାରିବାରୁ କହିଛନ୍ତି ଯେ, ବିଦ୍ୟାଳୟ ପରିଚାଳନା କମିଟି ଗଠନ ହୋଇପାରି ନ ଥିବା କାରଣରୁ ଛାତ୍ରାବାସ କାର୍ଯ୍ୟକାରୀ ହୋଇପାରୁ ନ ଥିଲା। ଚଳିତବର୍ଷ ପରିଚାଳନା କମିଟି ଗଠନ ସରିଯାଇଛି। ଆସନ୍ତା ଏପ୍ରିଲଠାରୁ ଛାତ୍ରାବାସ କାର୍ଯ୍ୟକ୍ଷମ ହେବା ସହ ଛାତ୍ରୀଛାତ୍ରଙ୍କୁ ଆନୁଷଙ୍ଗିକ ସୁବିଧା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?