କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହେଲ୍‌ଥ ସେଣ୍ଟର

ଢେଙ୍କାନାଳ ଅଫିସ, ୧୪।୪

ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍‌ ହେଲ୍‌ଥ ସେଣ୍ଟର। ରାଜ୍ୟ ସରକାର ଏବଂ ଓଡ଼ିଶା ଖଣି ନିଗମ (ଓଏମ୍‌ସି) ଅନୁଦାନରେ ଏହା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏହାକୁ ଲୋକାର୍ପଣ କରିଥିଲେ।
କୋଭିଡ୍‌-୧୯ ପ୍ରତିରୋଧ ସମ୍ପର୍କିତ ଗାଇଡ୍‌ ଲାଇନ ଅନୁଯାୟୀ ଏଥିରେ ମୋଟ ୧୦୬ ଶଯ୍ୟା ରହିଛି। ସେଥିରୁ ୫୪ଟିରେ ଅକ୍ସିଜେନ ସୁବିଧା ରହିଛି। ୪୦ଟି ଆଇସୋଲେଶନ ଶଯ୍ୟା ଭାବେ ବ୍ୟବହାର କରାଯାଇପାରିବ। ସେହିପରି ୬ଶଯ୍ୟାରେ ହାଇଫର ଡିପେଣ୍ଡାଣ୍ଟ ୟୁନିଟ୍‌ (ଏଚ୍‌ଡିୟୁ)ର ବ୍ୟବସ୍ଥା କରାଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ, ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତାଲିମପ୍ରାପ୍ତ ସ୍ବତନ୍ତ୍ର ଡାକ୍ତର, ଷ୍ଟାଫ୍‌ନର୍ସ ଏବଂ ଟେକ୍ନିସିଆନ ଏହି ହେଲ୍‌ଥ ସେଣ୍ଟରରେ କାର୍ଯ୍ୟ କରିବେ। ଡାକ୍ତରମାନେ ହୋଟେଲରେ ରହିବେ। ସେହିପରି ସହଯୋଗୀ କର୍ମଚାରୀମାନଙ୍କ ଲାଗି ସ୍ବାସ୍ଥ୍ୟକେନ୍ଦ୍ର ପରିସର ସମେତ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଶାଦ୍ରୀ’ର ହଷ୍ଟେଲରେ ରହିବା ବ୍ୟବସ୍ଥା କରାଯାଇଛି। ଏଣିକି ଜିଲାରେ କରୋନା ସଂକ୍ରମିତ ରୋଗୀଙ୍କୁ ଅନ୍ୟତ୍ର ଯିବାକୁ ପଡ଼ିବ ନାହିଁ। ସେମାନେ ଏଠାରେ ସୁବିଧାରେ ଚିକିତ୍ସିତ ହୋଇପାରିବେ। ଗୁରୁତର ରୋଗୀଙ୍କୁ ଆବଶ୍ୟକ ପଡ଼ିଲେ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ। କୋଭିଡ୍‌ ହେଲ୍‌ଥ ସେଣ୍ଟର ପରିଚାଳନା ଦାୟିତ୍ୱ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକଙ୍କ ଉପରେ ନ୍ୟସ୍ତ କରାଯାଇଛି। ଏଡିଏମ୍‌ଓ ଡା. ଅଭୟ କୁମାର ଦାସଙ୍କୁ କୋଭିଡ୍‌ ହେଲ୍‌ଥ ସେଣ୍ଟରର ମେଡିକାଲ ଅଫିସର ଦାୟିତ୍ୱ ଦିଆଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ ପିଡି ଡିଆରଡିଏ ନରୋତ୍ତମ ବେହେରା, ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri