କାର୍ଯ୍ୟକ୍ଷମ ହୋଇପାରୁନି ପାନୀୟ ଜଳ ପ୍ରକଳ୍ପ : ଦୂଷିତ କୂଅ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୧୨ା୮(ସ୍ବ.ପ୍ର.): କୁଆଁରିଆ ନଦୀରୁ ବୋରୱେଲ ମାଧ୍ୟମରେ ପଥରଗଣ୍ଡ ଓ ନିକଟସ୍ଥ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଣ ନିମନ୍ତେ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ୧ ବର୍ଷ ହେଲା ସମ୍ପୂର୍ଣ୍ଣ ହୋଇସାରିଛି।ମାତ୍ର ପ୍ରଶାସନିକ ଅବହେଳା ଯୋଗୁ ଉକ୍ତ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନ ଥିବା ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ଏଥିଯୋଗୁ ଲୋକେ ପାନୀୟ ଜଳ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଉଲ୍ଲେଖଯୋଗ୍ୟ, ସରକାର ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ କୋଟି କୋଟି ଟଙ୍କା ବ୍ୟୟ କରି ଜଳ ପରିମଳ ମିଶନ ଭଳି ଅନେକ ଯୋଜନା ପ୍ରଣୟନ କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବଜଳ ଧାରା ଯୋଜନା ମାଧ୍ୟମରେ ମଧ୍ୟ ପାନୀୟ ଜଳ ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ହେଲେ ବହୁ ଯୋଜନା ବିଫଳ ହୋଇଯାଉଥିବା ସାଧାରଣରେ ଅଭିଯୋଗ ହେଉଛି।
ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ଗଡିଆସାହି ପଞ୍ଚାୟତସ୍ଥ ପଥରଗଣ୍ଡ ଗ୍ରାମସ୍ଥିତ ହରିଜନ ସାହି, ୧୬ ନମ୍ବର ଓ୍ବାର୍ଡରେ ୧୫୦ରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଏହି ଗ୍ରାମରେ ଗୋଟିଏ ପୋଖରୀ ଓ ନଳକୂପ ରହିଛି। ଗ୍ରାମବାସୀ ନଳକୂପରୁ ଦୂଷିତ ଫ୍ଲୋରାଇଡ଼ଯୁକ୍ତ ପାଣି ପିଇ ବିଭିନ୍ନ ରୋଗରେ ଆକ୍ରାନ୍ତ ହେଉଛନ୍ତି। ତେଣୁ ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ୨୦୧୭ ମାର୍ଚ୍ଚ ୪ରେ ପଥରଗଣ୍ଡ ଗ୍ରାମରେ ଏକ ନୂତନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା । ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ଦ୍ୱାରା ପ୍ରାୟ ୫୧.୩୮ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ପ୍ରକଳ୍ପଟି କାର୍ଯ୍ୟକ୍ଷମ ହେଲେ ଜଳକ୍ଲିଷ୍ଟ ଅଞ୍ଚଳ ଭାବେ ପରିଚିତ ପଥରଗଣ୍ଡ, ପିତାମହୁଲ, ଗଡ଼ିଆସାହି ଓ ନିକଟସ୍ଥ ହରିଜନସାହିର ୭ଟି ୱାର୍ଡରେ ରହୁଥିବା ୧ ହଜାରରୁ ଊର୍ଦ୍ଧ୍ୱ ବାସିନ୍ଦା ପାଇପ୍‌ ଲାଇନ ଯୋଗେ ସ୍ବଚ୍ଛ ପାନୀୟଜଳ ପାଇପାରିବେ ବୋଲି ଆଶା କରାଯାଇଥିଲା।ହେଲେ ଏହା କାର୍ଯ୍ୟକ୍ଷମ ହେବାରେ ବିଳମ୍ବ ଯୋଗୁ ସ୍ଥାନୀୟ ଅଞ୍ଚଳରେ ଘୋର ଅସନ୍ତୋଷ ଦେଖାଦେଇଛି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ସମ୍ପୃକ୍ତ ପ୍ରକଳ୍ପକୁ ବିଦ୍ୟୁତ୍‌ ସଂଯୋଗ ହୋଇ ନ ପାରିବାରୁ ପ୍ରକଳ୍ପଟି ଅଚଳ ଅବସ୍ଥାରେ ରହିିଛି। ଏ ପରିସ୍ଥିତିରେ ଲୋକେ ପାନୀୟ ଜଳ ନିମନ୍ତେ ଗ୍ରାମଠାରୁ ୨ କିମି ଦୂର ଖଳି କିଆରୀର ଏକ ବିଲ ମଧ୍ୟରେ ଥିବା ଖୋଲା କୂଅରୁ ପାଣି ଆଣୁଛନ୍ତି।
ସ୍ଥାନୀୟ ସରପଞ୍ଚ ବିପିନ ବିହାରୀ ସାମଲ ଜିଲା ପ୍ରଶାସନ, ବିଭାଗୀୟ ଅଧିକାରୀଙ୍କୁ ସାକ୍ଷାତ କରି ଉପରୋକ୍ତ ଜଳ ସମସ୍ୟା ସମ୍ପର୍କରେ ଅବଗତ କରିଥିଲେ ସୁଦ୍ଧା ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା ସାମଲ କହିଛନ୍ତି। ଗ୍ରାମ ପଞ୍ଚାୟତ ମାସିକ ବୈଠକରେ ଏ ସମ୍ପର୍କରେ ଆଲୋଚନା କରାଯାଇ ବିଭାଗୀୟ ଅଧିକାରୀମାନଙ୍କୁ ବାରମ୍ବାର ଅବଗତ ମଧ୍ୟ କରାଯାଇଥିବା ସେ ସୂଚନା ଦେଇଛନ୍ତି। ପରିସ୍ଥିତି ନ ସୁଧୁରିଲେ ଆଗକୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଗ୍ରାମବାସୀ ଚେତବନୀ ଦେଇଛନ୍ତି।
ନୟାଗଡ଼ ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ରାଜୀବ କୁମାର ପାଣିଗ୍ରାହୀ ଏ ନେଇ କହିଛନ୍ତି, ଠିକାଦାର ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିବାବେଳେ ପ୍ରକଳ୍ପକୁ ବିଦ୍ୟୁତ୍‌ ସଂଯୋଗ ହୋଇପାରି ନାହିଁ। ଇତି ମଧ୍ୟରେ ସମ୍ପୃକ୍ତ ଠିକାଦାରଙ୍କ ମୃତ୍ୟୁ ଘଟିଥିବାରୁ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ତେବେ ଏ ଦିଗରେ ଖୁବ୍‌ ଶୀଘ୍ର ପଦକ୍ଷେପ ଗ୍ରହଣ କରାଯାଇ ଅଞ୍ଚଳବାସୀଙ୍କୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରାଯିବ ବୋଲି ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri