କାର୍ଯ୍ୟରେ ଅବହେଳା: ବିଏଲଓ ନିଲମ୍ବିତ: ୨୭ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ବାଲେଶ୍ୱର ଅଫିସ,୬।୧୧: ଗତ ସେପ୍ଟେମ୍ବର ୧୫ରୁ ଆରମ୍ଭ କରାଯାଇଥିବା ଭୋଟର ପରିଚୟ ପତ୍ର ଯାଞ୍ଚ କାର୍ଯ୍ୟକ୍ରମ ଚଳିତ ମାସ ୧୮ତାରିଖ ସୁଦ୍ଧା ସାରିବାକୁ ସମୟସୀମା ନିର୍ଦ୍ଧାରିତ ହୋଇଛି। ଆସନ୍ତା ୨୫ ତାରିଖରେ ନୂତନ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ନିର୍ବାଚନ କମିଶନ ମଧ୍ୟ ଘୋଷଣା କରିଛନ୍ତି। ଏଥିପାଇଁ ଜିଲାରେ ଭୋଟର ପରିଚୟ ଯାଞ୍ଚ କାର୍ଯ୍ୟକ୍ରମରେ ବହୁ ସରକାରୀ ଅଧିକାରୀ ନିୟୋଜିତ ହୋଇଛନ୍ତି। କିନ୍ତୁ ରେମୁଣା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହି କାର୍ଯ୍ୟରେ ଅବହେଳା କରାଯାଇଥିବା ନେଇ ତନାଘନା ଆରମ୍ଭ ହୋଇଛି। ତଦନ୍ତ ପରେ ବୁଥ୍‌ ନଂ.୭ରେ କାର୍ଯ୍ୟ କରୁଥିବା ବୁଥ୍‌ସ୍ତରୀୟ ଅଧିକାରୀ (ବିଏଲ୍‌ଓ) ସୁକାନ୍ତି ମିଶ୍ରଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ଉପଜିଲାପାଳ ନୀଲୁ ମହାପାତ୍ର ନିଲମ୍ବିତ କରିଛନ୍ତି। ଏଥିସହ ନିୟୋଜିତ ୨୫ଜଣ ସ୍କୁଲ ଶିକ୍ଷୟିତ୍ରୀଶିକ୍ଷକ ଓ ୨ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏଥିତ୍ପୂର୍ବରୁ କେତେକ କାର୍ଯ୍ୟରେ ଅନିୟମିତତା ନେଇ ତାଗିଦ କରାଯାଇଥିଲା। କିନ୍ତୁ ଏଥିରେ ଅବହେଳା କରାଯିବା କାରଣରୁ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା କୁହାଯାଉଛି। କାର୍ଯ୍ୟରେ ଅବହେଳା କରିଥିବାରୁ ସେମାନଙ୍କ ବିରୋଧରେ କାହିଁକି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ତାହାର କୈଫିୟତ ୩ଦିନ ମଧ୍ୟରେ ଜଣାଇବାକୁ ଅନ୍ୟ କର୍ମଚାରୀଙ୍କୁ ନୋଟିସ ଜାରି କରାଯାଇଥିବା ବିଭାଗ ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri