କାର୍ଯ୍ୟରେ ଯୋଗଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ : ଟ୍ରାଫିକ୍‌ ବ୍ୟବସ୍ଥାରେ ଆସିବ ସୁଧାର

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଭୁବନେଶ୍ୱରର ଟ୍ରାଫିକ ଡିସିପି ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ୨୦୧୬ ବ୍ୟାଚ୍‌ର ଓଡିଆ କ୍ୟାଡ୍‌ର ଆଇପିଏସ୍‌ ଅଫିସର ସାଗରିକା ନାଥ। ସେ କମିଶନରେଟ ପୋଲିସ ମୁଖ୍ୟାଳୟସ୍ଥିତ ତାଙ୍କ ଅଫିସକୁ ଯାଇ ଦାୟିତ୍ୱ ଗ୍ରହଣ କରିବା ପରେ ରାଜଧାନୀରେ ଅସଜଡା ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସ୍ବତନ୍ତ୍ର ରଣନୀତି ଆରମ୍ଭ କରିଛନ୍ତି। ଏଥିପାଇଁ ସେ ସହରର ବିଭିନ୍ନ ଟ୍ରାଫିକ ପୋଷ୍ଟ ବୁଲି ଦେଖିବା ସହ ଟ୍ରାଫିକ ପୋଲିସଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସାଗରିକା କହିଛନ୍ତି, ରାଜଧାନୀରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ବ୍ୟାପକ ପରିବର୍ତ୍ତନ କରାଯିବ। ଟ୍ରାଫିକ ସମସ୍ୟା ଦୂର ହେବାସହ ବେପରୁଆ ଗାଡ଼ି ଚାଳକଙ୍କୁ ସାବାଡ୍‌ କରିବା ପାଇଁ ପୋଲିସ କମିଶନରଙ୍କ ସହ ଆଲୋଚନା କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।
ଅନେକ ସମୟରେ ରାଜଧାନୀର ବିଭିନ୍ନ ଛକରେ ଯାଞ୍ଚ ସମୟରେ ଟ୍ରାଫିକ ପୋଲିସ ସାଧାରଣ ଲୋକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହେଉଛି। ଟ୍ରାଫିକ ଡିସିପି ସାଗରିକା ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିବା ସହ ଯେଉଁମାନେ ଏଭଳି ଆଚରଣ କରିବେ ସେମାନଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଦୁର୍ଘଟଣା ରୋକିବା ପାଇଁ ବହୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ। ଅଟୋ ଡ୍ରାଇଭରମାନେ ମନଇଚ୍ଛା ରାସ୍ତାରେ ଗାଡି ରଖି ଲୋକଙ୍କୁ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ଜାମ୍‌ ସମସ୍ୟା ହଟାଇବାକୁ ଏୟାରପୋର୍ଟରୁ ନନ୍ଦନକାନନ ରାସ୍ତାକୁ ଜିରୋ ଟଲେରାନ୍ସ ଜୋନ୍‌ରେ ପରିଣତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଆସନ୍ତା ସେପ୍ଟେମ୍ବରରୁ ସରକାରଙ୍କ ନୂଆ ଆଇନ ଲାଗୁହେବା ପରେ ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦୂର ହେବା ସହ ଦୁର୍ଘଟଣା କମିବ ବୋଲି ଡିସିପି ସାଗରିକା କହିଛନ୍ତି।
୧୯୮୮ ଅକ୍ଟୋବର ୮ରେ ଜନ୍ମ ଗ୍ରହଣ କରିଥିବା ସାଗରିକାଙ୍କ ପୈତୃକ ଘର ଅନୁଗୋଳରେ ହୋଇଥିବାବେଳେ ପିଲାଦିନ କୋରାପୁଟରେ କଟିଥିଲା। ବାପା ନାଲ୍‌କୋ କମ୍ପାନୀରେ ବରିଷ୍ଠ ଅଧିକାରୀ ଭାବେ କାର୍ଯ୍ୟ କରନ୍ତି। ଦାମନଯୋଡି ଦିଲ୍ଲୀ ପବ୍ଲିକ ସ୍କୁଲରେ ୧୦ମ ପାସ୍‌ କରିବା ପରେ ବିଶାଖାପାଟଣାରୁ ଯୁକ୍ତ ୨ ଓ ଭୁବନେଶ୍ୱର ସିଇଟି କଲେଜରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ଡିଗ୍ରୀ ହାସଲ କରିଥିଲେ। ଆଇପିଏସ୍‌ ପାଇବା ପରେ ପ୍ରଥମେ କୋରାପୁଟ ଏସ୍‌ପି ଭାବେ ନିଯୁକ୍ତି ପାଇଥିଲେ। ଗଞ୍ଜେଇ ମାଫିଆ, ମୋଷ୍ଟ ଓ୍ବାଣ୍ଟେଡ୍‌ ତଥା ପେସାଦାର ଅପରାଧୀଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଆଣ୍ଟି ରୋମିଓ ସ୍କ୍ବାଡ୍‌ ଗଠନ କରି ଝିଅମାନଙ୍କୁ ସୁରକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri