କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ

ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ। ୨୦୧୩ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ବାନାର୍ଜୀ ପ୍ରଥମେ କଳାହାଣ୍ଡି ଜିଲାର ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ରାଉରକେଲାର ଅତିରିକ୍ତ ଜିଲାପାଳ ତଥା ରାଉରକେଲା ମହାନଗର ନିଗମର କମିଶନର ଥିଲେ। ପରବର୍ତ୍ତୀ ସମୟରେ ରାଉରକେଲା ସ୍ମାର୍ଟ ସିଟିର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଭାବେ ସଫଳତାର ସହ କାର୍ଯ୍ୟ କରି ପ୍ରଶଂସିତ ହୋଇଛନ୍ତି। ଅନୌପଚାରିକ ଆଲୋଚନା ସମୟରେ ପ୍ରଥମ ଥର ଜିଲାପାଳ ଦାୟିତ୍ୱ ଗ୍ରହଣ କରିଥିବା ବାନାର୍ଜୀ ଜିଲାବାସୀଙ୍କ ମୌଳିକ ସମସ୍ୟାର ସମାଧାନ କରିବାକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ଲାଭ ଯେପରି ଯୋଗ୍ୟ ହିତାଧିକାରୀ ପାଇବେ ତାହା ସୁନିଶ୍ଚିତ କରିବାକୁ ଦୃଷ୍ଟି ଦେବେ। ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ସହ ବିଜୁଳି, ପାନୀୟ ଜଳ, ସ୍ବାସ୍ଥ୍ୟ ସେବା ଓ ରାସ୍ତାଘାଟର ଉନ୍ନତିକରଣ ପାଇଁ ପଦକ୍ଷେପ ନେବେ। ମନ୍ଦିର ମାଳିନୀ, ସଂସ୍କୃତି ସମ୍ପନ୍ନ ଏହି ଜିଲାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବେ। ଉନ୍ନୟନମୂଳକ କାର୍ଯ୍ୟରେ ନିଜକୁ ସାମିଲ କରିବା ସହିତ ସମସ୍ତ ବିଭାଗ ଓ କର୍ମଚାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରିବେ ବୋଲି ନୂତନ ଜିଲାପାଳ କହିଛନ୍ତି। ଏହି ଅବସରରେ ଏସ୍‌ପି ଦେବୀପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ସୋନପୁର ଉପଜିଲାପାଳ ବଳରାମ ମଲ୍ଳିକ ଓ ବୀରମହାରାଜପୁର ଉପଜିଲାପାଳ ସୁବ୍ରତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାର ପ୍ରଶାସନିକ ଅଧିକାରୀ, ବିଭିନ୍ନ ଗଣ ସଂଗଠନ ଓ କର୍ମଚାରୀ ସଂଘ ପକ୍ଷରୁ ନୂତନ ଜିଲାପାଳଙ୍କୁ ସ୍ବାଗତ କରାଯାଇଥିଲା। ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସ୍ବାଗତ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ। ଜିଲାପାଳ ଏହି ସୌଜନ୍ୟମୂଳକ ବୈଠକରେ ସମସ୍ତଙ୍କ ସହିତ ପରିଚିତ ହୋଇଥିଲେ। ଅଧିକାରୀ ଓ କର୍ମଚାରୀମାନେ ଲୋକଙ୍କୁ ଭଲ ବ୍ୟବହାର ଦେଖାଇବା ସହିତ ଟେବୁଲରେ ଫାଇଲକୁ ପକାଇ ନ ରଖିବା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri