କାର୍ଯ୍ୟରେ ଯୋଗଦେଲେ ସୁବର୍ଣ୍ଣପୁରର ନୂଆ ଜିଲାପାଳ: ମୌଳିକ ସମସ୍ୟାର ସମାଧାନକୁ ଗୁରୁତ୍ୱ

ସୋନପୁର,୧୬।୭(ନି.ପ୍ର.): ସୁବର୍ଣ୍ଣପୁରର ନୂତନ ଜିଲାପାଳଭାବେ ମନୀଷା ବାନାର୍ଜୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ବାନାର୍ଜୀ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଥିଲେ। ୨୦୧୩ ବ୍ୟାଚ୍‌ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ବାନାର୍ଜୀ ପ୍ରଥମେ କଳାହାଣ୍ଡି ଜିଲାର ଉପଜିଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ପରେ ରାଉରକେଲାର ଅତିରିକ୍ତ ଜିଲାପାଳ ତଥା ରାଉରକେଲା ମହାନଗର ନିଗମର କମିଶନର ଥିଲେ। ପରବର୍ତ୍ତୀ ସମୟରେ ରାଉରକେଲା ସ୍ମାର୍ଟ ସିଟିର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଭାବେ ସଫଳତାର ସହ କାର୍ଯ୍ୟ କରି ପ୍ରଶଂସିତ ହୋଇଛନ୍ତି। ଅନୌପଚାରିକ ଆଲୋଚନା ସମୟରେ ପ୍ରଥମ ଥର ଜିଲାପାଳ ଦାୟିତ୍ୱ ଗ୍ରହଣ କରିଥିବା ବାନାର୍ଜୀ ଜିଲାବାସୀଙ୍କ ମୌଳିକ ସମସ୍ୟାର ସମାଧାନ କରିବାକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାର ଲାଭ ଯେପରି ଯୋଗ୍ୟ ହିତାଧିକାରୀ ପାଇବେ ତାହା ସୁନିଶ୍ଚିତ କରିବାକୁ ଦୃଷ୍ଟି ଦେବେ। ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ସହ ବିଜୁଳି, ପାନୀୟ ଜଳ, ସ୍ବାସ୍ଥ୍ୟ ସେବା ଓ ରାସ୍ତାଘାଟର ଉନ୍ନତିକରଣ ପାଇଁ ପଦକ୍ଷେପ ନେବେ। ମନ୍ଦିର ମାଳିନୀ, ସଂସ୍କୃତି ସମ୍ପନ୍ନ ଏହି ଜିଲାର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବେ। ଉନ୍ନୟନମୂଳକ କାର୍ଯ୍ୟରେ ନିଜକୁ ସାମିଲ କରିବା ସହିତ ସମସ୍ତ ବିଭାଗ ଓ କର୍ମଚାରୀଙ୍କ ମଧ୍ୟରେ ସମନ୍ବୟ ରଖି କାର୍ଯ୍ୟ କରିବେ ବୋଲି ନୂତନ ଜିଲାପାଳ କହିଛନ୍ତି। ଏହି ଅବସରରେ ଏସ୍‌ପି ଦେବୀପ୍ରସାଦ ଦାଶ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ସୋନପୁର ଉପଜିଲାପାଳ ବଳରାମ ମଲ୍ଳିକ ଓ ବୀରମହାରାଜପୁର ଉପଜିଲାପାଳ ସୁବ୍ରତ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜିଲାର ପ୍ରଶାସନିକ ଅଧିକାରୀ, ବିଭିନ୍ନ ଗଣ ସଂଗଠନ ଓ କର୍ମଚାରୀ ସଂଘ ପକ୍ଷରୁ ନୂତନ ଜିଲାପାଳଙ୍କୁ ସ୍ବାଗତ କରାଯାଇଥିଲା। ପରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ସ୍ବାଗତ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ। ଜିଲାପାଳ ଏହି ସୌଜନ୍ୟମୂଳକ ବୈଠକରେ ସମସ୍ତଙ୍କ ସହିତ ପରିଚିତ ହୋଇଥିଲେ। ଅଧିକାରୀ ଓ କର୍ମଚାରୀମାନେ ଲୋକଙ୍କୁ ଭଲ ବ୍ୟବହାର ଦେଖାଇବା ସହିତ ଟେବୁଲରେ ଫାଇଲକୁ ପକାଇ ନ ରଖିବା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri