କାର୍ଯ୍ୟାଦେଶ ବଣ୍ଟନ ପରେ ବି ଆରମ୍ଭ ହୋଇନି କାମ: ଅସନ୍ତୋଷ ପ୍ରକାଶ କଲେ ବିଧାୟକ

ବାଲେଶ୍ୱର ଅଫିସ,୪।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ମଙ୍ଗଳବାର ସଦର ବ୍ଲକକୁ ସୌଜନ୍ୟମୂଳକ ଭାବରେ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଗରିବ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଗୁରୁତ୍ୱ ଦେବାକୁ ବିଧାୟକ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ।

ପ୍ରଥମେ ସଦର ବିଡିଓ ଶଙ୍କର୍ଷଣ ବେହେରା ନବନିର୍ବାଚିତ ବିଧାୟକଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରିଥିଲେ। ଏହାପରେ ସେ ସୌଜନ୍ୟତା ଦୃଷ୍ଟିକୋଣରୁ ବ୍ଲକରେ କାମ କରୁଥିବା ସରକାରୀ ଅଧିକାରୀମାନଙ୍କ ସହ ବିଧାୟକଙ୍କୁ ପରିଚୟ କରାଇଥିଲେ। ଏହାପରେ ବିଧାୟକ ବ୍ଲକ ଉନ୍ନୟନ ପାଣ୍ଠି, ଭତ୍ତା, ତିତ୍‌ଲି ପାଣ୍ଠିର କାର୍ଯ୍ୟ ଏବଂ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ଉପରେ ତଦାରଖ କରିଥିଲେ। ଅଧିକାଂଶ ବିଭାଗର କାମ ଅଧାପନ୍ତରିଆ ଭାବେ ପଡ଼ିରହିଛି। ବିଭିନ୍ନ କାର୍ଯ୍ୟର କାର୍ଯ୍ୟାଦେଶ ବଣ୍ଟନ ହୋଇଥିବା ବେଳେ ଆଜିପର୍ଯ୍ୟନ୍ତ କାର୍ଯ୍ୟ ଆରମ୍ଭ ହୋଇ ନ ଥିବାରୁ ବିଧାୟକ ଅସନ୍ତୋଷ ପ୍ରକାଶ କରିଥିଲେ। ଅଧିକାଂଶ ମୃତ ହିତାଧିକାରୀଙ୍କ ନାମରେ ଭତ୍ତା ବଣ୍ଟନ କରାଯାଇଥିବାରୁ ବିଧାୟକ କ୍ଷୋଭ ପ୍ରକାଶ କରିଥିଲେ। ନିଷ୍ଠାର କାମ କରିବାକୁ ସେ ଅଧିକାରୀମାନଙ୍କୁ ପରାମର୍ଶ ଦେଶଥିଲେ। ବିଧାନସଭା ସରିବା ପରେ ଆଉଥରେ ବ୍ୟବସ୍ଥିତ ଢଙ୍ଗରେ ଜିଲାପାଳଙ୍କ ଉପସ୍ଥିତିରେ ଏକ ସମୀକ୍ଷା ବୈଠକ କରାଯିବ ବୋଲି ବିଧାୟକ ଦତ୍ତ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଦର ବ୍ଲକ ଭାଜପା ସଭାପତି ତଥା ସମିତିସଭ୍ୟ ରବିନାରାୟଣ ବେହେରା, ଗୌରାଙ୍ଗ ଦାସ, ଅନନ୍ତ ନାୟକ, ଜିଲାପରିଷଦ ସଭ୍ୟ କୁନୁ ପଣ୍ଡାଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri